କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି, ଦାବିପତ୍ର ପ୍ରଦାନ

ପୁରୁଷୋତ୍ତମପୁର,୧୬।୨(ଡି.ଏନ୍‌.ଏ.): ମାଗଣା ଚାଉଳ ବନ୍ଦ ପ୍ରତିବାଦରେ କେନ୍ଦ୍ର ସରକାରଙ୍କ ବିରୋଧରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରଠାରେ ବ୍ଳକ ଓ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ନେତୃତ୍ୱରେ ଜିଲା ବିଜେଡି ସାଧାରଣ ସମ୍ପାଦକ ନିର୍ମଳ ଚନ୍ଦ୍ର ସାହୁ, ସୁଭ୍ରାଶୁଂ ଶେଖର ସାବତ, ଦିଗାମ୍ବର ପାଣିଗ୍ରାହୀ, ଆସ୍କା ଏମ୍‌ପିଙ୍କ ପ୍ରତିନିଧି ସୁଦର୍ଶନ ନାୟକ, ପ୍ରେମାନନ୍ଦ ସାହୁ, ସମିତି ସଭ୍ୟ ସୀମାଞ୍ଚଳ ଗୌଡ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ, ଉପାଧ୍ୟକ୍ଷକୃଷ୍ଣ ଚନ୍ଦ୍ର ପଣ୍ଡା, ବ୍ଲକ ଅଧ୍ୟକ୍ଷା ପିଙ୍କି ବେହେରା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା, ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକ, ମହିଳା ସଭାନେତ୍ରୀ ଅଞ୍ଜଳି ସାହୁ, ଗୀତା ବସ୍ତିଆ, କାଉନସିଲର ଅଶୋକ କୁମାର ମହାଙ୍କୁଡଙ୍କ ସମେତ ଶତାଧିକ ମହିଳା ଏବଂ ପୁରୁଷ କର୍ମୀ ଶୋଭାଯାତ୍ରାରେ ବାହାରି ଥିଲେ। ଏହି ଅବସରରେ କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି କରି ଉଭୟ ବ୍ଲକ ଓ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରି କି ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓ ବିଜୟ କୁମାର ବେହେରା ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ସୌମ୍ୟରଞ୍ଜନ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ଆନ୍ଦୋଳନରେ ସମସ୍ତ ଦଳୀୟ କାଉନ୍‌ସିଲର, ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri