ପ୍ରଧାନପାଟ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ପୌରାଞ୍ଚଳ ପ୍ରଧାନପାଟ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଜିଲା ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି । ବଲାଙ୍ଗୀର ଜିଲା ପାଟଣାଗଡ ଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଏବଂ ରାଜ୍ୟରେ ଭାଜପା ସରକାର ଆସିବା ପରେ ବିଜୁ ପଟ୍ଟନାୟକଙ୍କୁ ବାରମ୍ବାର ଅପମାନ କରୁଥିବା ଅଭିଯୋଗରେ ବିଜେଡି ପକ୍ଷରୁ ଏହି ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି ।

ଜିଲା ବିଜେଡିର ଯୁବ, ମହିଳା, ଛାତ୍ର ଓ ସଂଖ୍ୟାଲଘୁ ସଂଗଠନର ଶତାଧିକ କର୍ମୀ ପ୍ରଧାନପାଟ ସ୍ଥିତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ତଳେ ଏକତ୍ରିତ ହୋଇ ରାଜ୍ୟ ସରକାରଙ୍କ ଅସହିଷ୍ଣୁ ମନୋଭାବ ଓ ଜନ ସାଧାରଣଙ୍କ ମନରୁ ବିଜୁ ବାବୁଙ୍କୁ ଲିଭାଇବାର ଅପଚେଷ୍ଟାକୁ ଦୃଢ ନିନ୍ଦା କରିବା ସହ ଜନସାଧାରଣ ଭାଜପାର ଏଭଳି ହୀନ ଉଦ୍ୟମର ଉଚିତ ଜବାବ ଦେବେ ବୋଲି ପ୍ରକାଶ କରିଥିଲେ । ଏହି ପ୍ରତିବାଦ ସଭାରେ ବିଜେଡି ନେତା ଚନ୍ଦ୍ରଶେଖର ଭୁକ୍ତା, ହୀରାଲାଲ ସାହୁ, ମନୋଜ କୁମାର ପ୍ରଧାନ, ବିଭୁତି ଗଂଗଦେବ, କାମାକ୍ଷା ପ୍ରସାଦ ଗଂଗଦେବ, ଅନିଲ କୁମାର ରଣା, ସମୀର କୁମାର ପ୍ରଧାନ, ସୁଶାନ୍ତ କୁମାର ନାୟକ, ଅରୁଣି ପ୍ରଧାନ, ଅନିତା ପାତ୍ର, ସୁଜାତା ପାତ୍ର, ଭବାନୀ ଶଙ୍କର ସାହୁ, ସଞ୍ଜୀବ ନାଏକଙ୍କ ସମେତ ବହୁ ଦଳୀୟ ମହିଳା ଓ ପୁରୁଷ କର୍ମୀ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri