ସାରର ଅଭାବୀ ବିକ୍ରି, କଳା ବଜାରକୁ ନେଇ ତାତିଲା ବିଜେଡି, କୃଷି କାର୍ଯ୍ୟଳୟ ଘେରାଉ କରି ଦେଲା କଡ଼ା ଚେତାବନୀ

ବଲାଙ୍ଗୀର,୧୮।୯( ସୁନିଲ ମହାନ୍ତି): ବଲାଙ୍ଗୀର ବିଜୁ ଜନତା ଦଳ ପକ୍ଷରୁ ଜିଲାରେ ସାର ଅଭାବୀ ସାର କଳା ବଜାରକୁ ନେଇ ପ୍ରତିବାଦ କରାଯାଇ ଜିଲା କୃଷି କାର୍ଯ୍ୟାଳୟକୁ ବୁଧବାର ଘେରାଉ କରାଯାଇଥିଲା। ମାନ୍ୟବର ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶ କ୍ରମେ ସାରର ଅଭାବୀ ବିକ୍ରି ପାଇଁ ଆଜି ଦିନ ୧୧ ଘଣ୍ଟା ୩୦ ମିନିଟ୍‌ ସମୟରେ ବଲାଙ୍ଗୀର ଜିଲାର କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଓ କରାଯାଇଥିଲା । ବିଜେଡ଼ି ପକ୍ଷରୁ କରାଯାଇଥିବା ଏହି ଆନ୍ଦୋଳନ କାର୍ଯକ୍ରମରେ ବଲାଙ୍ଗୀର ନିର୍ବାଚନମଣ୍ଡଳୀର ବହୁ ବିଜୁ ଜନତା ଦଳର କର୍ମୀ ଓ ଚାଷୀମାନେ ଯୋଗ ଦେଇଥିଲେ । ସାର କଳା ବଜାରୀ ଓ ସାର ଅଭାବି ବିକ୍ରିକୁ ନେଇ ଡବଲ ଇଞ୍ଜିନ ସରକାରଙ୍କୁ ଜବାବ ମାଗିଥିଲେ । ସାରର ସମସ୍ୟା ତୁରନ୍ତ ସମାଧାନ ନ କଲେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ କରାଯିବ ବୋଲି ସରକାରଙ୍କୁ ବିଜେଡ଼ିର ନେତାମାନେ କଡ଼ା ଚେତାବନୀ ଦେଇଥିଲେ। କୃଷି କାର୍ଯ୍ୟାଳୟ ସମ୍ମୁଖରେ ବିଜେଡି ଦଳ ପକ୍ଷରୁ ଏକ ପ୍ରତିବାଦ ସଭା କରାଯାଇ କାର୍ଯ୍ୟାଳୟକୁ ଘେରାଓ କରାଯାଇଥିଲା। ପ୍ରତିବାଦ ସଭାରେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀଙ୍କୁ ବିରୋଧ କରାଯାଇଥିଲା। ସଭା ଶେଷରେ ବିଜେଡି ଦଳ ପକ୍ଷରୁ କୃଷି ଅଧିକାରୀଙ୍କୁ ସାର ଅଭାବୀ ଓ ସାର କଳାବଜାରକୁ ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଆନ୍ଦୋଳନରେ ବିଜେଡି ଜିଲା ପରିଷଦ ସଭାପତି ଦେବକୀ ସାହୁ, ସଦର ବ୍ଲକ ଚେୟାରମେନ ସରିତା ବାଗ, ଦେଓଗାଁ ବ୍ଲକ ଚେୟାରମେନ ମଣ୍ଟୁ ଖମାରୀ,ପୂର୍ବତନ ପୌରଧ୍ୟକ୍ଷା ଦମୟନ୍ତି ବାଗ, ଗୋଲାପ ବାଗ, ବିଜେଡି ନେତା ମହେନ୍ଦ୍ର ବାଗ,ରାଜେନ୍ଦ୍ର ହୋତା, ବିଦୁଭୂଷଣ ତ୍ରୀପାଠୀ, କୈଳାଶ ମହାନ୍ତି , ସୁମନ ନନ୍ଦ, ଶମ୍ଭୁ ନାଗ ଓ ଅନେକ ବିଜେଡ଼ି ନେତା ଓ ଚାଷୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ପୁଣି ତ୍ରୁଟି; ‘ଅ’ ‘ଆ’ ବଦଳରେ ‘ଚ’ ରୁ ଆରମ୍ଭ ବର୍ଣ୍ଣମାଳା, ସରକାର କହିଲେ…

ଭୁବନେଶ୍ବର,୫।୮: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ତ୍ରୁଟି ସାମ୍ନାକୁ ଆସିଛି । ସଂଶୋଧନ ପରେ ତ୍ରୁଟିକୁ ନେଇ ପୁଣିଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଅ ଆ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri