ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଗୁଣପୁର ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ବିଜେଡି କର୍ମୀ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚତ୍ ୫ ଦଫା ଦାବିପତ୍ର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କୁ ପ୍ରଦାନ କରିଥିଲେ। ଗୁଣପୁର ପୌର ପରିଷଦରେ ବ୍ୟାପକ ଦୁର୍ନୀତି ନେଇ ବିଜେଡି ପୌର ପରିଷଦ ଉପରେ ବର୍ଷିବା ସହ କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ଦାବି କରିଥିଲା l ଦୁର୍ନୀତିର ତଦନ୍ତ ଦାୟିତ୍ୱ ଭିଜିଲାନ୍ସ ବିଭାଗକୁ ହସ୍ତାନ୍ତର କରିବା ସହ ଅଡିଟ ବିଭାଗ ଦ୍ୱାରା ସ୍ବତନ୍ତ୍ର ଅଡିଟ କରିବାକୁ ଉପଜିଲାପାଳଙ୍କୁ ଅନୁରୋଧ କରିଥିଲେ। ସେହିଭଳି ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ବିଫଳ ହୋଇଥିବାରୁ ଚାଷୀମାନେ ଧାନ ବିକିବା ପାଇଁ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଇନଶୃଙ୍ଖଳା ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ନେତାମାନେ ଦାବି କରିଥିଲେ।
ଦାବିପତ୍ର ପ୍ରଦାନ ପରେ ନୂତନ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ପୌର ପରିଷଦ କାର୍ଯlଳୟକୁ ଯାଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମାବେଶରେ ଜିଲା ବିଜେଡି ସଭାପତି ଜଗନ୍ନାଥ ସାରକା, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ସୁଧୀର କୁମାର ଦାଶ, ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି, ପୂର୍ବତନ ବିଧାୟକ ରଘୁନାଥ ଗମାଙ୍ଗ, ପୂର୍ବତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନୁସୂୟା ମାଝି , ଦେବାଶିଷ ଖାଡ଼ଙ୍ଗା, ବିଜୁ ଯୁବ ଜନତା ଦଳ ବରିଷ୍ଠ ଉପ ସଭାପତି ବିଷ୍ଣୁ ପ୍ରସାଦ ପଣ୍ଡା, ଜିଲା ବିଜେଡି ଛାତ୍ର କାର୍ଯ୍ୟକାରୀ ସଭାପତ ପି.ଗୌରୀ ଶଙ୍କର ରାଓଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ l

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri