ସଂସଦରେ ତାତିଲା ବିଜେଡି! କେନ୍ଦ୍ର ସରକାରଙ୍କ ବିରୋଧରେ କରିଦେଲା…

ଭୁବନେଶ୍ୱର,୨୦।୮ ମେଟ୍ରୋ ରେଳ ପ୍ରକଳ୍ପର ଅନିଶ୍ଚିତତା ନେଇ ସଂସଦରେ ପ୍ରଶ୍ନ ଉଠାଇଛନ୍ତି ବିଜେଡି ଏମପି ସସ୍ମିତ ପାତ୍ର । କେନ୍ଦ୍ର ସରକାରଙ୍କ ନିକଟରୁ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ବିଷୟରେ ସେ ସ୍ପଷ୍ଟୀକରଣ ମାଗିଛନ୍ତି।

ସଂସଦ ଅଧିବେଶନରେ ଏମପି ସମ୍ବିତ ପାତ୍ର କେନ୍ଦ୍ରୀୟ ଗୃହ ଓ ନଗର ବ୍ୟାପାର ମନ୍ତ୍ରୀ କୌଶଲ କିଶୋରଙ୍କୁ ପଚାରିଛନ୍ତି, ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବାତିଲ ହେଲା କି ଅର୍ନିଦ୍ଦିଷ୍ଟ କାଳ ପାଇଁ ଅଟକି ରହିଛି ବୋଲି ଯେଉଁ ଖବର ଆସୁଛି, ତାହା ସରକାରଙ୍କ ଜ୍ଞାତସାରରେ ଅଛି କି?

ସମ୍ବିତ ପାତ୍ର ମେଟ୍ରୋ ପ୍ରକଳ୍ପର ପ୍ରାଥମିକ ସମ୍ଭାବ୍ୟତା ଅଧ୍ୟୟନ, ଯାତ୍ରୀ ପରିବହନ ଆକଳନ ଓ ଏହାର ସାମ୍ପ୍ରତିକ ସମୀକ୍ଷା ବିଷୟରେ ମଧ୍ୟ ପଚାରିଛନ୍ତି। ସେ ଜାଣିବାକୁ ଚାହିଁଛନ୍ତି ଯେ ଓଡ଼ିଶା ସରକାର ପ୍ରକଳ୍ପର ଖର୍ଚ୍ଚ କିମ୍ବା ପରିଧିରେ କୌଣସି ପରିବର୍ତ୍ତନ ପାଇଁ ନୂଆ ପ୍ରସ୍ତାବ ଦେଇଛନ୍ତି କି? ଭୁବନେଶ୍ୱର ଏକ ଦ୍ରୁତ ବିକାଶଶୀଳ ଟାୟାର-୨ ସହର ହେଉଛି, ତେବେ ଏହି ପ୍ରକଳ୍ପ ଅନୁମୋଦନ କାହିଁକି ମିଳିନାହିଁ କିମ୍ବା ଅଟକି ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି।

ମନ୍ତ୍ରୀ କୌଶଲ କିଶୋର ଉତ୍ତରରେ କହିଛନ୍ତି, ମେଟ୍ରୋ ରେଳ ପ୍ରକଳ୍ପ ବଡ଼ ବଜେଟ। ଏହା ୨୦୧୭ ମେଟ୍ରୋ ରେଳ ନୀତି ଅନୁଯାୟୀ ଦୀର୍ଘକାଳୀନ ସ୍ଥିରତା ଓ ଦକ୍ଷତା ପାଇଁ ଯୋଜନା କରାଯାଏ। ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରର ଅନୁମୋଦନ ବା ଆର୍ଥିକ ସହାୟତା ବିନା ପ୍ରକଳ୍ପ ଆଗେଇ ନେଇଥିଲେ। ବର୍ତ୍ତମାନ ରାଜ୍ୟ ସରକାର କେନ୍ଦ୍ରକୁ ଜଣାଇଛନ୍ତି ଯେ ସେମାନେ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ସ୍ଥାୟିତ୍ୱ ଓ ଭବିଷ୍ୟତ ସହରର ଆବଶ୍ୟକତା ପୂରଣ ପାଇଁ ପୁନର୍ଗଠନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri