ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ ସମୟରେ ଭାଜପା ଦେଇଥିବା ୩୦୦ ୟୁନିଟ ମାଗଣା ବିଦ୍ୟୁତ୍‌ ପ୍ରତିଶ୍ରୁତିିକୁ ସେ ଉଦ୍‌ଘାଟନୀ ସମାରୋହରେ ଅସ୍ବୀକାର କରିବା ଦୁର୍ଭାଗ୍ୟଜନକ ବୋଲି ବିଜେଡ଼ି ଏକ ବିବୃତିରେ କହିଛି।

ବିଜେଡ଼ି ଦେଇଥିବା ବିବୃତିରେ ଉଲ୍ଲେଖ କରିଛି ଯେ, ବରଗଡ଼ ସହର ଓ ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ସମସ୍ୟାକୁ ଦୃଷ୍ଟିରେ ରଖି ତାର ନିରାକରଣ ପାଇଁ ୩୩/୧୧ କେ.ଭି ଉଚ୍ଚ କ୍ଷମତା ସମ୍ପନ୍ନ ନୂତନ ଗ୍ରିଡ ସବ୍‌ଷ୍ଟେଶନ ସ୍ଥାପନ ସକାଶେ ବିଗତ ୨୦୨୨ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ଜନସାଧାରଣ ସମସ୍ୟାକୁ ବିଚାର କରି ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ସହରର ହାଟପଦା, ଗୋବିନ୍ଦପାଲି, ରେଲୱେ ଷ୍ଟେଶନ ଅଞ୍ଚଳ, ପଞ୍ଚାୟତ କଲେଜ ଅଞ୍ଚଳର ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଗୋବିନ୍ଦପାଲି ଶ୍ମଶାନ ଘାଟ ନିକଟରେ ଏକ ୩୩/୧୧ କେଭି ଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରିଡ ସ୍ଥାପନ ପାଇଁ ଅର୍ଥ ମଞ୍ଜୁର କରିଥିଲେ। ଇତିମଧ୍ୟରେ ତାକୁ ଉପ ମୁଖ୍ୟମନ୍ତ୍ରୀ ସିଂହଦେଓ ଲୋକାର୍ପିତ କରିଛନ୍ତି ।

ଅନ୍ୟପକ୍ଷେ ବର୍ତ୍ତମାନ ସୁଦ୍ଧା ବରଗଡ଼ ସହର ଓ ଆଖପାଖ ଅଞ୍ଚଳରେ ବିଦ୍ୟୁତ୍‌ ସମସ୍ୟା ଲାଗିରହିଛି । ଏପର୍ଯ୍ୟନ୍ତ ସମାଧାନ ହୋଇ ପାରିନାହିଁ । ଏହି ସମସ୍ୟା ଗୁଡ଼ିକର ତ୍ୱରିତ ସମାଧାନ ସକାଶେ ଉପ ମୁଖ୍ୟମନ୍ତ୍ରୀ କୌଣସି ପ୍ରକାର ନୂତନ ଯୋଜନାରେ ବିଦ୍ୟୁତ୍‌ ସମସ୍ୟାର ସ୍ଥାୟୀ ସମାଧାନ ସକାଶେ ପଦକ୍ଷେପ ନ ନେବା କିମ୍ବା ଆଗାମୀ ଯୋଜନା ସମ୍ପର୍କରେ କୌଣସି ଘୋଷଣା ନ କରିବା ଦୁର୍ଭାଗ୍ୟଜନକ ଅଟେ ।

ବିଶେଷ କରି ବିଗତ ନିର୍ବାଚନ ସମୟରେ ୩୦୦ ୟୁନିଟ ବିଜୁଳି ଫ୍ରି ଘୋଷଣା କଥାକୁ ମଧ୍ୟ ସେ ଏଡାଇଯିବା ବିଡ଼ମ୍ବନାର ବିଷୟ ବୋଲି ବିଜେଡ଼ି କହିଛି। ବିବୃତିରେ ଆହୁରି ଉଲ୍ଲେଖ ରହିଛି, ଉପ ମୁଖ୍ୟମନ୍ତ୍ରୀ କୃଷି ବିଭାଗ ଦାୟିତ୍ୱବରେ ମଧ୍ୟ ରହିଛନ୍ତି।

ଚଳିତ ବର୍ଷ ବର୍ତ୍ତମାନ ସୁଦ୍ଧା ଧାନ କିଣାବିକାରେ ଅଚଳାବସ୍ଥା ଜାରି ରହିଛି । ତେବେ ତା’ର ସମାଧାନ ବଦଳରେ ଉପ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ବିଭିନ୍ନ ଚାଷୀ ସଂଗଠନର ନେତାମାନଙ୍କୁ ପୋଲିସ ଦ୍ୱାରା ଗିରଫ କରିବା ଘଟଣା କେତେ ଦୂର ଯୁକ୍ତିଯୁକ୍ତ ବୋଲି ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ, ପଦ୍ମପୂର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ ବିବୃତିରେ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri