ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ନେତା

ଧର୍ମଶାଳା,୯।୨(ଶିବ ପ୍ରସାଦ ମହାନ୍ତି): ଆଜିକାଲି ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏହି କ୍ରମରେ ସୋମବାର ବିଜୁ ଜନତା ଦଳରୁ ଇସ୍ତଫା ଦେଉଛନ୍ତି ଯାଜପୁର ଜିଲାର ପୂର୍ବତନ ଜିଲା ଛାତ୍ର ବିଜେଡ଼ି ସଭାପତି ତଥା ବର୍ତ୍ତମାନ ରାଜ୍ୟ ଛାତ୍ର ବିଜେଡ଼ି ବରିଷ୍ଠ ଉପସଭାପତି ସୌମ୍ୟ ପ୍ରକାଶ ବିଶାଳ। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି।
ସେ ଚିଠିରେ ଲେଖିଛନ୍ତି, ମୁଁ ବହୁ ବର୍ଷ ଧରି ବିଜୁ ଜନତା ଦଳରେ ଜଣେ ଶୃଙ୍ଖଳିତ କର୍ମୀ ଭାବରେ କାମ କରିଆସୁଛି। ଦଳ ମୋତେ ସମ୍ପ୍ରତି ଏକ ପଦବୀ ଦେଇଛି ଏବଂ ବିଜୁ ଛାତ୍ର ଜନତା ଦଳ (BCJD)ର ବରିଷ୍ଠ ଉପାଧ୍ୟକ୍ଷ ଭାବରେ ମଧ୍ୟ ଦାୟିତ୍ୱ ଦେଇଛି। କିନ୍ତୁ ଆଜି କିଛି ସ୍ବାର୍ଥପର ନେତାଙ୍କ ପ୍ରୋତ୍ସାହନରେ ଦଳ ତାର କର୍ମୀଙ୍କ ବଳିଦାନକୁ ଗୁରୁତର ଭାବରେ କ୍ଷତି ପହଞ୍ଚାଇଛି। ତେଣୁ ମୁଁ ମୋର ବରିଷ୍ଠ ଉପାଧ୍ୟକ୍ଷ ପଦବୀରୁ ଏବଂ ମୋର ପ୍ରାଥମିକ ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି…

ମୋହନଙ୍କୁ ଚିଠି ଲେଖିଲେ ନବୀନ: କହିଲେ ରାଜ୍ୟର ଚାଷୀ କେତେ ଦୁଃଖରେ…

ଭୁବନେଶ୍ୱର,୯।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଉକ୍ତ ଚିଠିରେ ନବୀନ ଲେଖିଛନ୍ତି, ରାଜ୍ୟରେ ଥିବା ମଣ୍ଡିଗୁଡ଼ିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri