ବିଜେଡି ସମର୍ଥକ ସରପଞ୍ଚଙ୍କ ହାତ: ଭାଜପା

ଯାଜପୁର,୧୦।୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାହାସୋଇ ପଞ୍ଚାୟତରେ ସରକାରୀ ଅନୁଦାନ ହରିଲୁଟ୍‌ ଏବଂ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଦୁର୍ନୀତି ବଢ଼ିବାରେ ଲାଗିଥିବା ଅଭିଯୋଗ ହେଉଛି। ଏନେଇ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ବଳରେ ସମସ୍ତ ପ୍ରକଳ୍ପର ସବିଶେଷ ତଥ୍ୟ ମାଗିବାରୁ ଆର୍‌ଟିଆଇ କର୍ମୀ ଅଶୋକ କୁମାର ପତି ଏବଂ ତାଙ୍କ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଉଥିବାବେଳେ ଘଟଣାକୁ ନେଇ ରାଜନୀତି ଜୋର ଧରିଛି। ଯାଜପୁର ଜିଲା ଭାଜପା ସଭାପତି ଗୌତମ ରାୟ କହିଛନ୍ତି, ଯେଉଁମାନେ ଆକ୍ରମଣ କରିଛନ୍ତି ସେମାନେ ସରପଞ୍ଚଙ୍କ ସମର୍ଥକ। ଏହି ଘଟଣାରେ ବଡ଼ବଡ଼ିଆଙ୍କ ହାତ ରହିଛି। ସମ୍ପୃକ୍ତ ସରପଞ୍ଚ ବିଜେଡିର ସମର୍ଥକ ହୋଇଥିବାବେଳେ ରାହାସୋଇ ପଞ୍ଚାୟତରେ ଦୁର୍ନୀତି ଚରମସୀମାରେ ପହଞ୍ଚିଛି। ତେଣୁ ଘଟଣାର ଉପଯୁକ୍ତ ତଦନ୍ତ କରି ବାସ୍ତବତା ଲୋକଲୋଚନକୁ ଆସିବା କଥା। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର ତପତ୍ରତା ପ୍ରକାଶ କରିଥିବା ରାୟ କହିଛନ୍ତି। ସେହିପରି ବିଞ୍ଝାରପୁରରେ ଗତ ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିବା ବବିତା ମଲ୍ଲିକ କହିଛନ୍ତି, ରାଜ୍ୟରେ ୨୪ ବର୍ଷର ବିଜେଡି ସରକାରର ପତନ ଘଟିଥିଲେ ସୁଦ୍ଧା ସେହି ଦଳର କର୍ମୀମାନଙ୍କ ଅହଙ୍କାରର ପତନ ଘଟିନାହିଁ। ଯେଉଁ ବିଜେଡି ଦିନେ ମା’କୁ ସମ୍ମାନ ଗାଁକୁ ଯାଇ କାମ କର ସ୍ଲୋଗାନ ଦେଉଥିଲା, ତାହାର ଓଲଟା ରାହାସୋଇ ଗ୍ରାମରେ ଦେଖିବାକୁ ମିଳିଛି। ଏହି ଘଟଣା ସମ୍ପର୍କରେ ବିଞ୍ଝାରପୁରରୁ ୭ ଥର ନିର୍ବାଚିତ ବିଧାୟିକା ଓ ବିଜେଡି କାହିଁକି ଚୁପ୍‌ ବୋଲି ବବିତା ପ୍ରଶ୍ନ କରିଛନ୍ତି। ଅନ୍ୟପକ୍ଷରେ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ କହିଛନ୍ତି, ଘଟଣାର ପୋଲିସ ତଦନ୍ତ କରୁଛି। ଯିଏ ଦୋଷୀ, ସେମାନେ ନିଶ୍ଚିତ ଭାବେ ଦଣ୍ଡ ପାଇବା ଆବଶ୍ୟକ। ଯେଉଁ ଘଟଣାଟି ଘଟିଛି ତାହା ଆଦୌ ଗ୍ରହଣୀୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri