ଚାଷୀଙ୍କ ଧାରଣାକୁ ବିଜେଡ଼ିର ସମର୍ଥନ: ଦାବି ଅଣଦେଖା କଲେ ଆନ୍ଦୋଳନ ଧମକ

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ)- ଧାନ ବିକ୍ରି ପଞ୍ଜୀକରଣ ଦାବିରେ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଧାରଣା ଚାଲିଛି। ଚାଷୀମାନେ ନିଜର ହକ ଦାବିରେ ଶୀତ, କାକର ସହି ଅହୋରାତ୍ର ଧାରଣାରେ ବସିଛନ୍ତି। ଧାରଣାକୁ ମଧ୍ୟ ବିଭିନ୍ନ ସଂଗଠନର ସମର୍ଥନ ବଢି ଚାଲିଛି। ଶନିବାର ବରଗଡ଼ ଜିଲା ବିଜେଡି ଧାରଣାସ୍ଥଳକୁ ପହଞ୍ଚି ସମର୍ଥନ ଘୋଷଣା କରିଥିଲା। ଏହା ସହିତ ବିଜେଡି ପକ୍ଷରୁ ଚାଷୀଙ୍କ ଦାବି ସମୂହ ନେଇ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଚାଷୀଙ୍କ ଦାବିକୁ ଅଣଦେଖା କରାଗଲେ ଆଗକୁ ଆନ୍ଦୋଳନ ତୀବ୍ର ହେବ ବୋଲି ବିଜେଡି ଚେତାବନୀ ଦେଇଛି।
ଜିଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ରୀତା ସାହୁ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀଙ୍କ ସମେତ ଅନେକ ବିଜେଡି ନେତୃବୃନ୍ଦ ଉପସ୍ଥିତ ଥିଲେ। ଚାଷୀଙ୍କୁ ଗିରଫଦାରୀ ଏବଂ ଚାଷୀଙ୍କ ଅନୁପସ୍ଥିତିରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ କରାଯିବାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଇଥିଲା। ଚାଷୀଙ୍କ ସ୍ବାର୍ଥ ପାଇଁ ରାଜରାସ୍ତାଠାରୁ ଆରମ୍ଭ କରି ରାଜଧାନୀ, ବିଧାନସଭା ପର୍ଯ୍ୟନ୍ତ ବିଜେଡ଼ି ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଥିଲା। ପ୍ରକାଶ ଥାଉକି, ବରଗଡ଼ ଜିଲାର ୫ହଜାରରୁ ଉଦ୍ଧର୍‌ବ ଚାଷୀ ଏପର୍ଯ୍ୟନ୍ତ ଧାନ ବିକ୍ରୀ ପଞ୍ଜୀକରଣରୁ ବାଦ ପଡିଛନ୍ତି। ଏହାକୁ ନେଇ ଜିଲାରେ ଚାଷୀ ଅସନ୍ତୋଷ ଲାଗି ରହିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?