ବରଗଡ଼ ନାବାଳିକା ପୋଡ଼ି ଘଟଣା: ଟୁଇଟ୍‌ କରି ଭାଜପା ସରକାରଙ୍କୁ ଧୋଇଲେ ନବୀନ, କହୁ କହୁ କହିଦେଲେ…

ଭୁବନେଶ୍ୱର,୧୨।୮: ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ଲେଖିଛନ୍ତି, ବରଗଡ଼ର ଗାଇସିଲଟରେ ଜଣେ ନାବାଳିକା ନିଆଁରେ ଜଳି ପ୍ରାଣ ହରାଇବା ଖବର ମୋତେ ଗଭୀର ଭାବେ ବ୍ୟଥିତ, ଚକିତ ଓ ମର୍ମାହତ କରିଛି। ନାବାଳିକାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଏପରି ଦୁଃଖଦ ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାରର ସଦସ୍ୟଙ୍କୁ ଅସୀମ ଧୌର୍ଯ୍ୟ ଦିଅନ୍ତୁ।

ନିଆଁ ଲଗାଇ ଆମ ଝିଅମାନେ ଜୀବନ ହାରିବାର ଏହି ଧାରା ଅତ୍ୟନ୍ତ ବିଚଳିତ କରିଦେବା ପରି। ଏଇ ଗୋଟେ ମାସ ଭିତରେ ଚାରି ଚାରି ଜଣ ଯୁବତୀ ସମାନ ଭାବରେ ନିଜ ଜୀବନ ହାରି ଦେଇଛନ୍ତି। ଏପରି ନିରୀହ ଜୀବନ ଚାଲିଯିବା ସମଗ୍ର ଓଡ଼ିଶାବାସୀଙ୍କୁ ବ୍ୟଥିତ କରୁଛି। ଏହା ଆହୁରି ହୃଦୟ ବିଦାରକ ଯେ, ସେମାନେ ଆଉ କୌଣସି ରାସ୍ତା ନ ପାଇ ଶେଷରେ ନିଜ ଜୀବନ ହାରିଦେବାକୁ ବାଛି ନେଉଛନ୍ତି। କେବଳ ଏଇ ଚାରି ନିରୀହ ଜୀବନ ନୁହେଁ, ଏବେ ପ୍ରତିଦିନ ଅପରାଧର ଶିକାର ହୋଇ ଓଡ଼ିଶାର ଅନେକ ଝିଅ ଏପରି ପରିସ୍ଥିତିର ସାମ୍ନା କରୁଛନ୍ତି।

ସେମାନଙ୍କ ନିରାଶା କେବଳ ଏକ ବ୍ୟକ୍ତିଗତ ଘଟଣା ନୁହେଁ। ପ୍ରତିଦିନ ଘଟୁଥିବା ଏପରି ଘଟଣା, ବ୍ୟବସ୍ଥାର ବିଫଳତା ପରି ଏକ ସମ୍ବେଦନଶୀଳ ଦିଗକୁ ଇଙ୍ଗିତ କରୁଛି। ଭାଜପାର ଶାସନ, ବ୍ୟବସ୍ଥା ଉପରେ ଭରସା ବଜାୟ ରଖିବାରେ ବିଫଳ ହୋଇଛି। ଆମେ ଆମ ଝିଅମାନଙ୍କ ପାଇଁ ସୁନିଶ୍ଚିତ କରି ପାରୁନାହାନ୍ତି; ଯେଉଁଠି ସେମାନେ ସୁରକ୍ଷିତ ଥିବେ, ସେମାନଙ୍କ କଥା ଶୁଣା ଯାଉଥିବ ଏବଂ ସେମାନଙ୍କ ଗୁରୁତ୍ୱ ଥିବ।

ଏପରି ହୃଦୟବିଦାରକ ଧାରାକୁ ରୋକିବା ପାଇଁ ଭାଜପା ସରକାର ଆଉ କେତେ ସମୟ ଅପେକ୍ଷା କରିବ? ଭାଜପା ସରକାରର ଏପରି ଅସ୍ବାଭାବିକ ନୀରବତା ଏବଂ ସ୍ଥାଣୁତା ଓଡ଼ିଶାର ଝିଅମାନଙ୍କୁ ଆହୁରି ଅସୁରକ୍ଷିତ କରିଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri