ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛ। ଉପଜିଲାପାଳ ସୁନିଲ ମେହେର ପ୍ରତିବାଦ ସ୍ଥଲକୁ ଆସି ଆନ୍ଦୋଳନକାରୀଙ୍କଠାରୁ ଦାବିପତ୍ର ଗ୍ରହଣ କରିଥିଲେ। ପୂର୍ବାହ୍ନରେ ସ୍ଥାନୀୟ ବିଜେଡି କାର୍ଯ୍ୟାଳୟଠାରେ ପାଟଣାଗଡ଼ ବ୍ଲକ ଓ ଏନ୍‌ଏସିର ବିଜେଡି କର୍ମୀମାନେ ଏକତ୍ରିତ ହୋଇଥିଲେ। ପରେ ଜିଲା ବିଜେଡି ସଭାପତି ତଥା ପାଟଣାଗଡ଼ ପୂର୍ବତନ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱରେ ସେମାନେ ସେଠାରୁ ଏକ ରାଲିରେ ବାହାରି ସହରର ମୁଖ୍ୟ ରାସ୍ତା ଦେଇ ପାଟଣାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଚେଷ୍ଟା କରିଥିଲେ। ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା।

ସଭାରେ ପୂର୍ବତନ ବିଧାୟକ ମେହେର ଚାଷୀମାନଙ୍କର ବିଭିନ୍ନ ସମସ୍ୟା, ଅହେତୁକ ଦରଦାମ ବୃଦ୍ଧି ଓ ଜନସାଧାରଣଙ୍କ ମୌଳିକ ସୁବିଧାରୁ ବଞ୍ଚିତ ଥିବା ସହିତ ଏସ୍‌ଆଇଆର୍‌ରେ ଅନିୟମିତତା ହୋଇଛି ବୋଲି ଅଭିଯୋଗ ଆଣି ତୁରନ୍ତ ଦାବିଗୁଡ଼ିକର ସମାଧାନ କରାଯାଉ ବୋଲି ଦାବି କରିବା ସହ ସରକାରଙ୍କ ଉପରେ ବର୍ଷିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷ ନୀଲକାନ୍ତ ବାଗ, ଆଇନଜୀବୀ ତଥା ଜିଲା ଉପସଭାପତି ଇନ୍ଦୁଭୂଷଣ ଠାକୁର, ଏନ୍‌ଏସି ନଗର ସଭାପତି ପ୍ରମୋଦ ମେହେର, ପାଟଣାଗଡ଼ ବ୍ଲକ ସମିତି ସଭ୍ୟ ସଂଘର ବ୍ଲକ ସଭାପତି ଗୋବିନ୍ଦ ମେହେରଙ୍କ ସମେତ ନିର୍ବାଚନ ମଣ୍ଡଳୀର ଶତାଧିକ ଦଳୀୟ କର୍ମକର୍ତ୍ତା, ବିଜେଡି କର୍ମୀ ଓ ଚାଷୀ ଭାଇମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri