ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି ଏବଂ ଦଳର ୧୫ ଜଣ ଜିଲା ପରିଷଦ ସଦସ୍ୟା ଓ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏହି ଫଳାଫଳ ଘୋଷଣା ହେବା ପରେ ଶନିବାର ଦଳୀୟ ନେତୃବୃନ୍ଦ ନିର୍ବାଚିତ ସଦସ୍ୟା ଓ ସଦସ୍ୟମାନଙ୍କୁ କୃତଜ୍ଞତା ଜ୍ଞାପନ ସହିତ ଖୁସି ମନାଇଛନ୍ତି।

ଏହି ନିର୍ବାଚନରେ ବିଜେଡିରୁ ନିର୍ବାଚିତ ହୋଇଥିବା ସଦସ୍ୟା ଓ ସଦସ୍ୟମାନେ ହେଲେ ବରପାଲି ଜୋନ୍-୧ର ଗୋବିନ୍ଦ ସାହୁ, ବରପାଲି ଜୋନ୍-୨ର ଅନନ୍ତ ସେଟ୍, ଭଟଲି ଜୋନ୍-୨ର ଈଶ୍ୱର ଚନ୍ଦ୍ର ସାହୁ, ବିଜେପୁର ଜୋନ୍-୧ର ମାନିନୀ ଭୋଇ, ବରଗଡ଼ ଜୋନ୍-୩ର ମୋହନ ଲୁହା, ଅମ୍ବାଭୋନା ଜୋନ-୧ର ନିଲକୁମାରୀ ନାଏକ, ଗାଇସିଲେଟ ଜୋନ୍-୧ର ନୀଳମଣି ବରିହା, ଭେଡେନ ଜୋନ୍-୧ର ପଦ୍ମିନୀ ଗଡତିଆ, ବରଗଡ଼ ଜୋନ୍-୨ର ପ୍ରଭାସିନୀ ପ୍ରଧାନ, ରାଜବୋଡାସମ୍ବର ଜୋନ୍-୨ର ପୂର୍ଣ୍ଣିମା ରଣା, ବରଗଡ଼ ଜୋନ୍-୧ର ପୁଷ୍ପା ଭୋଇ, ଅତାବିରା ଜୋନ୍-୨ର ରଞ୍ଜିତ ସାହୁ, ସୋହେଲା ଜୋନ୍-୩ର ରୋଜି ନାଏକ, ବିଜେପୁର ଜୋନ୍-୩ର ସୁଦାମ ଚରଣ ସାହୁ ଏବଂ ଝାରବନ୍ଧ ଜୋନ୍-୧ର ସୁଶିଲ ମରେଇ।

ବିଜେଡିର ସମସ୍ତ ସଦସ୍ୟ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ନବନିର୍ବାଚିତ ସମସ୍ତ ଜିଲା ଯୋଜନା କମିଟି ସଦସ୍ୟା ଓ ସଦସ୍ୟଙ୍କୁ ବରଗଡ଼ ଜିଲା ବିଜେଡି ସଭାପତି ସୁଶାନ୍ତ ମହାପାତ୍ରଙ୍କ ସମେତ ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା, ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ପୂର୍ବତନ ମନ୍ତ୍ରୀ ରୀତା ସାହୁ, ପୂର୍ବତନ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ପୌର ପରିଷଦ ଅଧ୍ୟକ୍ଷା କଳ୍ପନା ମାଝୀ, ଟାଉନ ବିଜେଡି ସଭାପତି ଅନୁପ ଶତପଥୀ, ଉପସଭାପତି ବିଜେଡି କିଶୋର ମିଶ୍ର, ସୁବ୍ରତ ବେହେରା, କାଉନସିଲର ଉମା ଚରଣ ରାଉତ୍ ପ୍ରମୁଖ ଉପସ୍ଥିତ ରହି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?