ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଜେଡି ନେଲା ବଡ଼ ନିଷ୍ପତ୍ତି: ଟେନସନରେ ମୋଦି ସରକାର

ଭୁବନେଶ୍ୱର/ନୂଆଦିଲ୍ଲୀ,୮।୮: ଉପରାଷ୍ଟ୍ରପତି ନିର୍ବାଚନ ନେଇ ବିଜେଡି ନେତା ମହେଶ ସାହୁ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, NDA ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିବ ନାହିଁ । ଓଡ଼ିଶାର ଝିଅ ବୋଲି ରାଷ୍ଟ୍ରପତି ପାର୍ଥୀଙ୍କୁ ସମର୍ଥନ କରିଥିଲୁ। ଏବେ ସେ ପରିସ୍ଥିତି ନାହିଁ, ସମ୍ପୂର୍ଣ୍ଣ ବିରୋଧ ହେବ ବୋଲି ମହେଶ କହିଛନ୍ତି।

ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନକରଙ୍କ ଇସ୍ତଫା ପରେ ଜାତୀୟ ଓ ରାଜ୍ୟ ରାଜନୀତିରେ ନୂଆ ସମୀକରଣ ଦେଖାଦେଇଛି। ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ସ୍ଥିର ହୋଇଛି। ଧନକରଙ୍କ ଇସ୍ତଫାକୁ ନେଇ ଜାତୀୟସ୍ତରରେ ଅନେକ କଳ୍ପନା ଜଳ୍ପନା ଚାଲିଛି। ସେ ତାଙ୍କ ଇସ୍ତଫା ପତ୍ରରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇଥିଲେ ମଧ୍ୟ ବିରୋଧୀ ଦଳଗୁଡ଼ିକ ଏହାକୁ ନେଇ ସନ୍ଦେହ କରୁଛନ୍ତି। ଧନକର ଦିନରେ ସ୍ବାଭାବିକ ଭାବେ ରାଜ୍ୟ ସଭା କାର୍ଯ୍ୟ ସାରିବା ପରେ ରାତିରେ ହଠାତ୍‌ ଇସ୍ତଫା ଘୋଷଣା କରିଥିବାରୁ ଏହା ପଛରେ ଭାଜପାର ନିଶ୍ଚିତ କିଛି ଯୋଜନା ରହିଥିବା ବିରୋଧୀ ଆକଳନ କରୁଛନ୍ତି। ଏ ନେଇ ସେମାନେ ଭାଜପାର ଆଭିମୁଖ୍ୟ ଉପରେ ଅନେକ ପ୍ରଶ୍ନ ମଧ୍ୟ ଉଠାଉଛନ୍ତି । ଏହାକୁ ଅନୁଧ୍ୟାନକଲେ ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନ ସହମତି ଭିତ୍ତିରେ ହେବା ନେଇ ସନ୍ଦେହ ରହିଛି। ଯଦି ‘ଇଣ୍ଡି ମେଣ୍ଟ’ ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଦିଏ, ତେବେ ଓଡ଼ିଶାର ବିରୋଧୀ ଦଳ ବିଜେଡି କେଉଁ ଆଭିମୁଖ୍ୟ ରଖିବ, ତାହାକୁ ନେଇ ରାଜ୍ୟ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏବେ ବିଜେଡି ଏହା ଉପରେ ପ୍ରତିକ୍ରିୟା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri