ପ୍ରଚାର ମଇଦାନକୁ ଓହ୍ଲାଇଲା ବିଜେଡି: ନୂଆପଡ଼ାରେ ସ୍ନେହାଙ୍ଗିନୀଙ୍କ ଦବ୍‌ଦବା

ନୂଆପଡ଼ା, ୧୮।୧୦ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଉଭୟ ଭାଜପା ଓ କଂଗ୍ରେସ ପ୍ରଚାର କାର୍ଯ୍ୟ ଆରମ୍ଭ କରିଥିବାବେଳେ ବିଜେଡି ନିର୍ବାଚନୀ ମଇଦାନକୁ ଓହ୍ଲାଇ ନ ଥିଲା। ଶନିବାର ବିଜେଡି ପ୍ରଚାର କାର୍ଯ୍ୟ ଆରମ୍ଭ କରିଛି। ବିଜେଡି ପ୍ରାର୍ଥତ୍ନୀ ସ୍ନେହାଙ୍ଗିନୀ ଛୁରିଆ ନୂଆପଡ଼ା ଆସି ଶକ୍ତି ପ୍ରଦର୍ଶନ କରିଛନ୍ତି। ପ୍ରଥମେ ପୂର୍ବତନମନ୍ତ୍ରୀ ସ୍ବର୍ଗତ ଘାସିରାମ ମାଝିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରଚାର କାର୍ଯ୍ୟ ଆରମ୍ଭ କରିଛନ୍ତି। ନୂଆପଡ଼ା ଏକତା ଛକଠାରୁ ଦଳୀୟ କର୍ମକର୍ତ୍ତା ଓ କର୍ମୀଙ୍କ ସହ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଖରିଆର ରୋଡ ପର୍ଯ୍ୟନ୍ତ ଯାଇଥିଲେ, ସେଠରେ ତାଙ୍କ ଦବ୍‌ଦବା ଦେଖିବାକୁ ମିଳିଥିଲା । ବିଜେଡି ପ୍ରାର୍ଥତ୍ନୀ ସ୍ନେହାଙ୍ଗିନୀ କହିଥିଲେ, ତିନି ପ୍ରମୁଖ ମୁଦ୍ଦା ନେଇ ନୂଆପଡା ଉପନିର୍ବାଚନରେ ପ୍ରାର୍ଥୀ ହୋଇଆସିଛି। ପ୍ରଥମେ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ବାବୁ ଓ ସ୍ବର୍ଗତ ଘାସିରାମ ମାଝୀଙ୍କ ଆଶୀର୍ବାଦ ନେଇ ସମସ୍ତ ନୂଆପଡ଼ାବାସୀଙ୍କ ଆଶୀର୍ବାଦ ଭିକ୍ଷା କରି ସେବା କରିବାର ସୁଯୋଗ ମାଗୁଛି। ନୂଆପଡାବାସୀଙ୍କ ପାଇଁ କାମ କରିବେ ଓ ଭାଜପା ସରକାରଙ୍କ ଅପାରଗତା ନାରୀ ସୁରକ୍ଷାରେ ବିଫଳତା ନେଇ ନାରୀନେତ୍ରୀ ହୋଇ ଜନତାଙ୍କ ପାଖକୁ ଯିବା ପାଇଁ ଚାହୁଛନ୍ତି ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି, ପୂର୍ବରୁ ନୂଆପଡ଼ାରେ ବିଜେଡି ରହି ବିକାଶ ପଥକୁ ଆଗେଇ ନେଇଛି। ଉପନିର୍ବାଚନରେ ସେ ବିଜୟୀ ହେଲେ ଅଧୁରା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ସବୁବେଳେ ଜିଲାର ସମସ୍ୟା ଉପରେ ଗୁରୁତ୍ୱ ଦେଇ ବିକାଶ ଧାରାକୁ ଆଗେଇ ନେବେ ବୋଲି କହିଛନ୍ତି। ଏହି ସମୟରେ ଖଡିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ, ଜିଲା ସଭାପତି ଅବନୀ ରଞ୍ଜନୀ ଯୋଶୀଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ କର୍ମୀ ସାମିଲ ହୋଇଥିଲେ।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?