‘ନବୀନ ସରକାରଙ୍କ ନିଷ୍ପତ୍ତିକୁ ମୋହର ମାରିଛନ୍ତି ସରକାର’: ବିଜେଡି

ଭୁବନେଶ୍ୱର,୧୦।୭: ବୁଧବାର ରାଜ୍ୟ କ୍ୟାବିନେଟ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ଘୋଷଣା କରିବା ପରେ ଏହାକୁ କଟାକ୍ଷ କରିଛି ବିଜେଡି। ଶଙ୍ଖ ଭବନରେ ବିଜେଡି ଏକ ଖବରଦାତା ସମ୍ମିଳନୀ କରି ଆଶ୍ଚର୍ଯ୍ୟ ପ୍ରକାଶ କରିଛି। ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଯେ, ”୩ ମାସ ତଳର ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ସରକାର। ପୂର୍ବ ସରକାର ଲାଗୁ କରିଥିବା ମଜୁରୀକୁ ନୂଆ ସରକାର ଦୋହରାଇଛନ୍ତି। ଏ ସଂକ୍ରାନ୍ତରେ ନବୀନ ସରକାର ଗତ ମାର୍ଚ୍ଚ ୧୯ ତାରିଖରେ ନିଷ୍ପତ୍ତି ନେଇଥିଲେ। ସମାନ ନିଷ୍ପତ୍ତି ଉପରେ ଆଜି ସରକାର ପୁଣି ମୋହର ମାରିଛନ୍ତି।”

ସେହିଭଳି ବିଜେଡି ସୋସିଆଲ ମିଡ଼ିଆ ସେଲ ମୁଖ୍ୟ ସ୍ୱୟମ ପ୍ରକାଶ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟ କରି ଲେଖିଛନ୍ତି, ଗତ ୪ ମାସ ତଳେ ଅର୍ଥାତ ମାର୍ଚ୍ଚ ମାସରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ନିଷ୍ପତ୍ତିକୁ ତତ୍କାଳୀନ ସରକାର କ୍ୟାବିନେଟରେ ପାରିତ କରାଇ କାର୍ଯ୍ୟକାରୀ କରିଥିଲେ। ହେଲେ ଆଶ୍ଚର୍ଯ୍ୟର କଥା ନୂଆ ସରକାର ଆଜି ପୁଣି ସେଇ ସମାନ ପ୍ରସ୍ତାବ କ୍ୟାବିନେଟରେ ଆଣି ପାରିତ କରାଇଛନ୍ତି। ଯାହା ଅତ୍ୟନ୍ତ ହାସ୍ୟାସ୍ପଦ କଥା। ଲାଗୁଛି ଆଡପ ମଣ୍ଡପ ବିଜେ ବେଳେ ହୋଇଥିବା ଅଘଟଣରୁ ନଜର ହଟାଇବାକୁ ତରବରିଆ ଭାବେ କାର୍ଯ୍ୟ କରି ନୂଆ ସରକାର ଏଭଳି ସ୍ଥିତିକୁ ସାମ୍ନା କରିଛନ୍ତି।

ତେବେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ସରକାର ୫ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିଷୟରେ ଘୋଷଣା କରିଥିଲେ। ଯେଉଁଥିରେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ହାରରେ ବୃଦ୍ଧି ରହିଛି।

ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ସର୍ବନିମ୍ନ ମଜୁରୀ ପୂର୍ବରୁ ଅଣ-କୁଶଳୀ, ଅର୍ଦ୍ଧ-କୁଶଳୀ, କୁଶଳୀ ଓ ଉଚ୍ଚ-କୁଶଳୀ ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀ ଯଥାକ୍ରମେ- ୩୫୨ ଟଙ୍କା, ୩୯୨ ଟଙ୍କା, ୪୪୨ ଟଙ୍କା ଓ ୫୦୨ ଟଙ୍କା ଥିବା ବେଳେ ବର୍ତ୍ତମାନ ଏହା ଯଥାକ୍ରମେ- ୪୫୦ ଟଙ୍କା, ୫୦୦ ଟଙ୍କା, ୫୫୦ ଟଙ୍କା ଓ ୬୦୦ ଟଙ୍କା କୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri