‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ଭାଜପାକୁ ଟାର୍ଗେଟ କଲା ବିଜେଡି କହିଲା….

ଭୁବନେଶ୍ୱର,୧୪।୯: ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। ତେବେ ‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ରାଜନୀତି ତେଜିଛି। ବିଜେଡି କହିଛି, ଭାଜପା ସରକାର ହେଉଛି କେବଳ ନେମ ଚେଞ୍ଜର ସରକାର । ଭାଜପା ସରକାର ପୂର୍ବ ସରକାରରେ ଥିବା ବିଭିନ୍ନ ଯୋଜନାର ନାମ ପରିବର୍ତ୍ତନ କରୁଛନ୍ତି, କାଳିଆ ଯୋଜନାକୁ ସିଏମ୍‌ କିଷାନ କଲେ, ମୋ ସ୍କୁଲକୁ ଚେଞ୍ଜ କରି ପଞ୍ଚଶଖା କଲେ, ସରକାରରେ ନୂତନତ୍ୱ ନାହିଁ କି ବିଶେଷତ୍ୱ ନାହିଁ ।

 

ଚଳିତ ବର୍ଷ ପୂର୍ଣ୍ଣାଙ୍ଗ ବଜେଟରେ ମୁଖ୍ୟମନ୍ତ୍ରୀ ମୋ ସ୍କୁଲ ନାଁକୁ ବଦଳରେ ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ହେବ ବୋଲି ଘୋଷଣା କରିଥିଲେ। ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଥିଲା।ଚଳିତ ବଜେଟରେ ବିଜେଡି ସରକାରର ବହୁଚର୍ଚ୍ଚିତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାଁ ପରିବର୍ତ୍ତନ ହୋଇ ‘ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା’ ହୋଇଛି । ସେହିପରି ବିଜୁ ସେତୁର ନାଁ ବଦଳାଇ ‘ସେତୁ ବନ୍ଧନ’ ଯୋଜନା, ମୋ ସ୍କୁଲର ନାଁ ବଦଳାଇ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’, ଲକ୍ଷ୍ମୀ ଯୋଜନାର ନାଁ ‘ଗ୍ରାମାଞ୍ଚଳ ପରିବହନ’ ଯୋଜନା, ଆମ ଓ ନବୀନ ଓ ନାଁ ବଦଳାଇ ‘ବିକଶିତ ଗାଁ ବିକଶିତ ଓ କାଳିଆ ଯୋଜନାର ନାଁ ବଦଳାଇ ‘ସିଏମ-କିଷାନ’ ଯୋଜନା, ବିଜୁ ପକ୍କାଘର ଯୋଜନା ପରିବର୍ତ୍ତେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ ଘୋଷଣା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?