ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର ବିଜେଡି ପ୍ରତିକ୍ରିୟା ରଖିଛି। ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି, ଆଜି ହେଉଛି ଜୁଲାଇ ୧ ତାରିଖ। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ବିଜେଡି କହିଥିଲା ଜୁଲାଇରୁ ବିଜୁଳି ବିଲ୍‌ ଦେବାକୁ ପଡିବନି। ୧୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦିଆଯିବ। ତେବେ ନିର୍ବାଚନ ପ୍ରଚାର ସମୟରେ ଭାଜପା ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ଦେବାକୁ ପ୍ରତିଶ୍ରୁତି ଦେଇଥିଲା। ଭାଜପା ଦେଇଥିବା ପ୍ରତିଶ୍ରୁତି ପାଳନ କରୁ ବୋଲି ପ୍ରତାପ ଦେବ କହିଛନ୍ତି। ଭାଜପା କ୍ଷମତାକୁ ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ନିର୍ବାଚନୀ ପ୍ରତିଶ୍ରୁତିକୁ ଆଗ ପାଳନ କରାଯିବ ବୋଲି କହୁଛନ୍ତି। ସେହି ଆଧାରରେ ଗତ ୫ ତାରିଖରୁ ଏପର୍ଯ୍ୟନ୍ତ ମାଗଣା ବିଜୁଳି ନେଇ କେହି ମୁହଁ ଖୋଲିନାହାନ୍ତି। କିନ୍ତୁ ସରକାରଙ୍କୁ ବିଜେଡି ଏ ବାବଦରେ ମନେପକାଇ ଦେଉଛି। ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ଯେପରି ପାଣିର ଗାର ପାଲଟି ନ ଯାଉ ବୋଲି ପ୍ରତାପ କହିଛନ୍ତି। ଏଥିସହ ସେ କହିଛନ୍ତି, ଆମ ଓଡ଼ିଶା ନବୀନ ଓଡ଼ିଶା ରାଜ୍ୟ ସରକାରଙ୍କ ଅନୁମୋଦିତ ସ୍କିମ୍‌। ତାକୁ ବନ୍ଦ କରିବାର ଆବଶ୍ୟକତା ନାହିଁ। ଏହା ଲୋକାଭିମୁଖୀ ଯୋଜନା। ନୂଆ ସରକାର ଏ ବାବଦରେ ଟିପ୍ପଣୀ ଦେଇନାହାନ୍ତି। ଭବିଷ୍ୟତରେ କ’ଣ ହେବ ତାହା ସରକାରଙ୍କ ନିଷ୍ପତ୍ତି ବୋଲି ପ୍ରତାପ ଦେବ କହିଛନ୍ତି।
ଅନ୍ୟପକ୍ଷରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡି ନେତାଙ୍କ ମନ୍ତବ୍ୟର ପ୍ରତିକ୍ରିୟା ପ୍ରକାଶକରି କହିଛନ୍ତି, ଭାଜପାର ସଙ୍କଳ୍ପପତ୍ରକୁ ବିଜେଡି ନେତା ଠିକ୍‌ ଢଙ୍ଗରେ ପଢ଼ିନାହାନ୍ତି। ମୋଦି ଯାହା କହନ୍ତି, ତାହା କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri