ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ହେଲେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ପୀଡ଼ିତଙ୍କ ଦୁଃଖ ଶୁଣିବା ବଦଳରେ କାଳୀମନ୍ଦିର ଛକରେ ଚା’ ପିଇ ଚାଲିଯିବା ଘଟଣା ଲୋକଙ୍କୁ ନିରାଶ କରିଛି। ଏହି ଟିମ୍‌ର ପୂର୍ବତନ ବାଚସ୍ପତି ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ଟୁକୁନି ସାହୁ, ପ୍ରତାପ ଜେନା, ଶ୍ରୀକାନ୍ତ ସାହୁ, ମନ୍ମଥ ରାଉତରାୟ, ଭୃଗୁ ବକ୍ସିପାତ୍ର, ଜିଲା ସଭାପତି ବିକ୍ରମ ପଣ୍ଡା, ରମେଶ ଚ୍ୟାଉ ପଟ୍ଟନାୟକ, ଲତିକା ପ୍ରଧାନ, ସୂର୍ଯ୍ୟମଣି ବୈଦ୍ୟ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ରଞ୍ଜିତା ସାହୁ, ତୁମ୍ବନାଥ ପଣ୍ଡା, ସୁବାଶ ମହାରଣାଙ୍କ ସମେତ ଅନେକ ନେତା ଏହି ଟିମ୍‌ରେ ସାମିଲ ଥିଲେ। ସ୍ଥାନୀୟ ଲୋକେ ବିଜେଡି ଟିମ୍‌ ନିକଟରେ ନିଜ ଦୁର୍ଦ୍ଦଶା ଜଣାଇବାକୁ ଆଶା ବାନ୍ଧିଥିବାବେଳେ ଟିମ୍‌ର ଏଭଳି ଗସ୍ତକୁ ନେଇ ଅସନ୍ତୋଷ ପ୍ରକାଶ କରି ପୁରୁଷୋତ୍ତମପୁରକୁ ସରକାରୀଦଳ ଅଣଦେଖା କରୁଥିବାବେଳ ବିରୋଧୀ ଦଳ ମଧ୍ୟ ଅଣଦେଖା କରି ଚାଲିଗଲା ବୋଲି କହିଛନ୍ତି। ତେବେ ରାତି ହୋଇଯାଇଥିବାରୁ ଚାଲିଯାଉଥିବା ଟିମ୍‌ ସଦସ୍ୟମାନେ କହି ଜିଲାର ବିଭିନ୍ନ ଅଞ୍ଚଳରୁ ସଂଗୃହୀତ କ୍ଷୟକ୍ଷତି ରିପୋର୍ଟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଆଯିବ ଏବଂ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?