ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଉ ନ ଥିବା ବେଳେ ତାଙ୍କ ସହମତିରେ ବିଜେଡି ବରିଷ୍ଠ ନେତା ଅମର ପଟ୍ଟନାୟକ ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ବୈଠକରେ ଯୋଗଦେବେ। ଏନେଇ ଏହି ୨ନେତା ଶୁକ୍ରବାର ଚେନ୍ନାଇ ଯାଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତି ଉଷ୍ମ ହେବାରେ ଲାଗିଛି ।

ଡିଲିମିଟେସନ ବୈଠକରେ ବିଜେଡି ଯୋଗଦେବା କଥା ଜଣାପଡିବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଜେଡିକୁ ସମାଲୋଚନା କରିଛନ୍ତି । ବିଜେଡି ନିଜର ସୁରକ୍ଷା ପାଇଁ ବିଭିନ୍ନ ଦଳର କ୍ୟାମ୍ପକୁ ଯାଇପାରେ। ଏହା ତାଙ୍କର ନିଜସ୍ବ ନିଷ୍ପତ୍ତି। ଏଥିରେ କିଛି ଅସୁବିଧା ନାହିଁ ବୋଲି କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି । ଚେନ୍ନାଇ ବୈଠକରେ ବିଜେଡି ପ୍ରତିନିଧି ଦଳ ଯୋଗଦେବା କିଛି ପ୍ରାସଙ୍ଗିକତା ନାହିଁ । ଯୋଉ ଟିମ୍‌ ମ୍ୟାଚ ଖେଳିବାର ନାହିଁ । ସେ ଟିମ୍‌ ଯିବ ମ୍ୟାଚ ଖେଳିବ, ତାର କିଛି ମାନେ ନାହିଁ।

ବିଜେଡି ପ୍ରତିନିଧି ଦଳ ଚେନ୍ନାଇ ବୈଠକରେ ଯୋଗ ଦେବ କି ନାହିଁ ସେଥିରେ କିଛି ମନା ନାହିଁ । କାରଣ ଆଗକୁ ବିଜେଡି ରହିବ ନାହିଁ । ବିଜେଡି ରାଜନୀତିର ସମୀକରଣ ବଦଳିଲେ କିଛି ଅସୁବିଧା ନାହିଁ । ଭାଜପା ଏବଂ ଏନ୍‌ଡିଏ ଦେଶ ଏବଂ ରାଜ୍ୟକୁ ଚଳାଇବା ପାଇଁ ସକ୍ଷମ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri