ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି: କଟାକ୍ଷ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୧।୩: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନଙ୍କ ନେତୃତ୍ୱରେ ଶନିବାର ଚେନ୍ନାଇରେ ହେବାକୁ ଥିବା ଡିଲିମିଟେସନ ବୈଠକରେ ଯୋଗଦେବ ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୈଠକରେ ଯୋଗ ଦେଉ ନ ଥିବା ବେଳେ ତାଙ୍କ ସହମତିରେ ବିଜେଡି ବରିଷ୍ଠ ନେତା ଅମର ପଟ୍ଟନାୟକ ଏବଂ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ବୈଠକରେ ଯୋଗଦେବେ। ଏନେଇ ଏହି ୨ନେତା ଶୁକ୍ରବାର ଚେନ୍ନାଇ ଯାଇଛନ୍ତି। ଯାହାକୁ ନେଇ ରାଜ୍ୟ ରାଜନୀତି ଉଷ୍ମ ହେବାରେ ଲାଗିଛି ।

ଡିଲିମିଟେସନ ବୈଠକରେ ବିଜେଡି ଯୋଗଦେବା କଥା ଜଣାପଡିବା ପରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଜେଡିକୁ ସମାଲୋଚନା କରିଛନ୍ତି । ବିଜେଡି ନିଜର ସୁରକ୍ଷା ପାଇଁ ବିଭିନ୍ନ ଦଳର କ୍ୟାମ୍ପକୁ ଯାଇପାରେ। ଏହା ତାଙ୍କର ନିଜସ୍ବ ନିଷ୍ପତ୍ତି। ଏଥିରେ କିଛି ଅସୁବିଧା ନାହିଁ ବୋଲି କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି । ଚେନ୍ନାଇ ବୈଠକରେ ବିଜେଡି ପ୍ରତିନିଧି ଦଳ ଯୋଗଦେବା କିଛି ପ୍ରାସଙ୍ଗିକତା ନାହିଁ । ଯୋଉ ଟିମ୍‌ ମ୍ୟାଚ ଖେଳିବାର ନାହିଁ । ସେ ଟିମ୍‌ ଯିବ ମ୍ୟାଚ ଖେଳିବ, ତାର କିଛି ମାନେ ନାହିଁ।

ବିଜେଡି ପ୍ରତିନିଧି ଦଳ ଚେନ୍ନାଇ ବୈଠକରେ ଯୋଗ ଦେବ କି ନାହିଁ ସେଥିରେ କିଛି ମନା ନାହିଁ । କାରଣ ଆଗକୁ ବିଜେଡି ରହିବ ନାହିଁ । ବିଜେଡି ରାଜନୀତିର ସମୀକରଣ ବଦଳିଲେ କିଛି ଅସୁବିଧା ନାହିଁ । ଭାଜପା ଏବଂ ଏନ୍‌ଡିଏ ଦେଶ ଏବଂ ରାଜ୍ୟକୁ ଚଳାଇବା ପାଇଁ ସକ୍ଷମ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?