ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା ବିଜେଡି ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ବୈଠକ ପୂର୍ବରୁ ଭବାନୀପାଟଣା ମେଡିକାଲ ଛକଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇଥିଲେ। ସଭାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ଲୋକଙ୍କ ପାଇଁ କରିଥିବା ଅବଦାନ ଉପରେ ଆଲୋଚନା କରାଯାଇଥିଲା। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ କାର୍ଯ୍ୟକ୍ରମ ଓ ଭାଜପା ସରକାରର ପ୍ରତିଶ୍ରୁତି ପାଳନରେ ବିଫଳତାକୁ ଆଗାମୀ ଦିନରେ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଗାଁକୁ ଯାଇ ସଭାସମିତି ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ବିଜେଡି ସରକାର ସମୟରେ ସ୍ବାସ୍ଥ୍ୟ, ଶିକ୍ଷା, କୃଷି, ଶିଳ୍ପ ଓ ଗମନାଗମନ କ୍ଷେତ୍ରରେ ଓଡ଼ିଶାରେ ଅନେକ ବିକାଶ ହୋଇଛି ବୋଲି ବିଜେଡି ନେତା ଭବାନୀ ଶଙ୍କର ମିଶ୍ର କହିଛନ୍ତି। ବିରୋଧୀ ଦଳ ଭାବରେ ସାଧାରଣ ଲୋକଙ୍କ ସମସ୍ୟା ଯଥା ମଣ୍ଡିରେ ଧାନ ନ ଉଠିବା, ଟାଟା ପାୱାର ଦ୍ବାରା ଅତିରିକ୍ତ ସିକ୍ୟୁରିଟି ଆଦାୟ କରି ଖାଉଟିମାନଙ୍କୁ ଲୁଟ କରିବା, ମହିଳା ଓ ଶିଶୁ ନର୍ଯାତନା, କେନ୍ଦ୍ରୀୟ ଅବହେଳା, କଳାହାଣ୍ଡି ଜିଲାର ତୁର୍କେଲ ତେଲ ନଦୀ ଉପରେ ବ୍ରିଜ ନିର୍ମାଣ ଆଦି ପ୍ରସଙ୍ଗରେ ଜିଲା ବିଜେଡି ଲଢେଇ କରିବ ବୋଲି ନିଷ୍ପତ୍ତି ହୋଇଥିଲା। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ଭାରପ୍ରାପ୍ତ ନଗରପାଳ ବିଷ୍ଣୁ ପ୍ରଧାନ, ଜିତେନ୍ଦ୍ର ମହାନ୍ତି, ପ୍ରଦିପ ମୁଣ୍ଡ, ଜାକୀର ହୁସେନ, ଟିକେଲାଲ ସାହୁ, ସାରଦା ପ୍ରସନ୍ନ ସ୍ବାଇଁ, ଧର୍ମେନ୍ଦ୍ର ନାଏକ, ମହିଳା ସଭାନେତ୍ରୀ ଲଳିତା ନାଏକ, ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ଛାତ୍ର ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ରାଜ୍ୟ ଯୁବ ବରିଷ୍ଠ ଉପସଭାପତି ମଣ୍ଟୁ ନାଏକ, ଯୁବନେତା ମନିନ୍ଦ୍ର ମହାନ୍ତି, ପୂର୍ବତନ ପୋରାଧ୍ୟକ୍ଷ ସଂଯୁକ୍ତା ବେହେରା, ଟାଉନ ସଭାପତି ଧବଳେଶ୍ୱର ମହାପାତ୍ର, ପୀତବାସ ବେହେରା ପ୍ରମୁଖ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri