ବିଜେଡିରୁ ବିଦା ହୋଇଥିବା ନେତାଙ୍କୁ ଆପଣେଇବାକୁ ଭାଜପା ଆଗଭର: ବିଜେଡି

ଭୁବନେଶ୍ୱର,୧୨।୧୧(ଅନିଲ ଦାସ): ଯେଉଁ ନେତାଙ୍କୁ ବିଜେଡି ଦଳରୁ ବିଦାକରି ଦେଇଛି ତାଙ୍କୁ କୋଳେଇ ନେବା ପାଇଁ ଏବେ ଭାଜପା ଆଗଭର। ଏଥିରୁ ଗୋଟିଏ କଥା ପ୍ରମାଣିତ ହେଉଛି ଯେ ଭାଜପାରେ ନୀତି ଆଦର୍ଶ ବୋଲି କିଛି ନାହିଁ କି ସେମାନେ ନୂଆ ନେତା ସୃଷ୍ଟି କରିପାରୁନାହାନ୍ତି। କାଲି ଯାହାକୁ ଦୁର୍ନୀତିଗ୍ରସ୍ତ କହି ଗାଳି ଦେଉଥିଲେ ଆଜି ତାଙ୍କୁ ନେବା ପାଇଁ ଭାଜପାକୁ ନିଦ ହେଉନାହିଁ ବୋଲି ବ୍ରହ୍ମପୁର ବିଧାୟକ ତଥା ଜିଲା ଯୋଜନା ବୋର୍ଡ ସଭାପତି ବିକ୍ରମ ପଣ୍ଡା କହିଛନ୍ତି।
ଶନିବାର ବ୍ରହ୍ମପୁରଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ଶୁଣିବାକୁ ମିଳୁଛି, ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଭାଜପାରେ ମିଶିବାକୁ ଯାଉଛନ୍ତି ା ସେ ବିଜେଡିରୁ ଅତୀତରେ ତଡ଼ାଖାଇଥିବା ବେଳେ ଏବେ ଜାମିନରେ ଅଛନ୍ତି। ଏଭଳି ନେତାଙ୍କୁ କିଭଳି ଭାଜପା ଆପଣେଇବାକୁ ଯାଉଛି ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ନିଜ ନିର୍ବାଚନମଣ୍ଡଳୀ ଲୋକଙ୍କୁ ଠକିଥିବା ବ୍ୟକ୍ତିଙ୍କୁ ଭାଜପା ନେତାମାନେ କିଭଳି ବିଶ୍ୱାସ କରୁଛନ୍ତି ବୋଲି ବିକ୍ରମ ପ୍ରଶ୍ନ କରିଛନ୍ତି।
ପାଣିଗ୍ରାହୀ ନିଜ ନିର୍ବାଚନମଣ୍ଡଳୀର ଲୋକଙ୍କୁ ଚାକିରି ଦେବାକୁ କହି ଠକିବା ପରେ ବିଭିନ୍ନ ଥାନାରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା । ବିଜେଡି ସଭାପତି ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। କୋଭିଡ୍‌ ସମୟରେ ଲୋକେ ଖାଇବାକୁ ପାଉ ନ ଥିବାବେଳେ ସେ ଚାର୍ଟର୍ଡ ଫ୍ଲାଇଟରେ ବୁଲିବା ସହିତ ଦିନକୁ ଅଢ଼େଇ ଲକ୍ଷ ଟଙ୍କାରୁ ଅଧିକ ଖର୍ଚ୍ଚକରି ହୋଟେଲରେ ରହୁଥିଲେ। କରୋନା ସମୟରେ ସୁରଟରେ ଥିବା ଗଞ୍ଜାମବାସୀଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଚେଷ୍ଟା କରୁଥିବା ବେଳେ ପାଣିଗ୍ରାହୀ ଏହାକୁ ଦୃଢ଼ ବିରୋଧ କରିଥିଲେ। ସେମାନେ କିଭଳି ଗଞ୍ଜାମ ନ ଫେରିବେ ସେଥିପାଇଁ ଷଡ଼ଯନ୍ତ୍ର କରିବା ସହିତ ଚାପ ପକାଉଥିଲେ ବୋଲି ବିକ୍ରମ କହିଛନ୍ତି।
ଏହି ଖବରଦାତା ସମ୍ମିଳନୀରେ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୂର୍ବତନ ଜିଲା ସଭାପତି ତଥା ଓଡ଼ିଶା ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri