ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…

ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ..
ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ । ଗୁରୁବାର ବିଜେଡିର ୨୮ ତମ ପ୍ରତିଷ୍ଠା ଦିବସ ଥିବାବେଳେ  ଆସିକା ନିର୍ବାଚନମଣ୍ଡଳୀରେ ପୃଥକ ପୃଥକ ଭାବେବିଜେଡିର ଦୁଇ ଗୋଷ୍ଠୀ ପ୍ରତିଷ୍ଠା ଦିବସ ପାଳନ କରିଛନ୍ତି  । ଏହି ଅବସରରେ ଆସିକା ନଗର ସଭାପତି ସତ୍ୟନାରାୟଣ ସ୍ୱାଇଁ ଓ ଏନଏସି ଚେୟାରମ୍ୟାନ ବିନେତା ସ୍ୱାଇଁ କାଉସିଲରମାନଙ୍କୁ ନେଇ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁସ୍ପମାଲ୍ୟ ପ୍ରଦାନ କରି ପ୍ରତିଷ୍ଠା ଦିବସ ପାଳନ କରିଥିଲେ
ଅନ୍ୟପଟେ ଆସିକା ପୂର୍ବତନ ଏମପି ଓ ଆସିକା ପୂର୍ବତନ ବିଧାୟିକାଙ୍କ ନେତୃତ୍ୱରେ ଅନ୍ୟ ଏକ ଗୋଷ୍ଠି ନିଜ ନିଜ ସାମର୍ଥକଙ୍କୁ ନେଇ ଦଳୀୟ କାର୍ଯ୍ୟାଳୟ ଠାରୁ ଏକ ବାଇକ ରାଲି କରି ବିଜୁ ବାବୁଙ୍କ ପ୍ରତି ମୃତିରେ ପୁସ୍ପମାଲ୍ୟ ଦେଇ ଆସିକା ମେଡିକାଲରେ ରୋଗିଙ୍କୁ ଫଳ ବଂଟନ କରିଥିଲେ । ପରେ ଦେବଭୁମି ଠାରେ ଏକ ବୈଠକ କରି ଦଳର ସଂଗଠନ ବିଷୟରେ ଅଲୋଚନା କରିଥିଲେ । ଏଥିରେ ମଧ୍ୟ ଦଳର କେତେକ ପୁରୁଖା ନେତାଙ୍କ ନଜର ନଥିଲା । ଗଞ୍ଜାମ ଜୋନ ବିଜୁ ଜନତା ଦଳର ସଭାପତି ନଚିକେତା ସ୍ୱାଇଁ କହିଛନ୍ତି ଆସିକାରେ ଦଳ ସୁଦୃଢ ଅଛି, ଦଳରେ ସେମିତି କିଛି ଭାଗ ନାହିଁ।
ତେବେ

 ଅପରପକ୍ଷେ ବିଜେଡି ମୁଖ୍ୟକାର୍ଯ୍ୟାଳୟ ଶଙ୍ଖ ଭବନ ଭିତରେ ଦୁଇ ମହିଳା କର୍ମୀ ହାତାହାତି ହୋଇଥିଲେ । ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ନିଜ ଦଳର ଜଣେ ମହିଳା କର୍ମୀ ଚାପୁଡ଼ା ମାରିଥିବା ଜଣାପଡ଼ିଛି। ଗୁରୁବାର ବିଜେଡି ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମ ବେଳେ ଏଭଳି ଘଟଣା ଦେଖିବାକୁ ମିଳିଛି। ଷ୍ଟେଜ୍‌ ସମ୍ମୁଖରେ ଚେୟାର ପକାଇବାକୁ ନେଇ ଏହି ଗଣ୍ଡଗୋଳ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri