ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ଼ ବିଧାୟକ ତଥା ଜିଲା ସଭାପତି ପ୍ରଦୀପ କୁମାର ଦିଶାରୀଙ୍କ ନେତୃତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ୫୧ଜଣ ଜିଲା କାର୍ଯ୍ୟକାରିଣୀ ସଦସ୍ୟ, ବରିଷ୍ଠ ନେତୃମଣ୍ଡଳୀ ଏବଂ ଛାମୁଆ ସଂଗଠନର ସଭାପତି ମାନେ ଯୋଗଦେଇ ବିଭିନ୍ନ ରାଜନୈତିକ ଓ ସାଂଗଠନିକ ପ୍ରସ୍ତାବ ଆଗତ କରିବା ସହ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଥିଲେ।

ଏହି କାର୍ଯ୍ୟକ୍ରମରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭର୍ଚୁଆଲ ବାର୍ତ୍ତାରେ ଲୋକେ ଏବେବି ବିଜେଡିକୁ ଭଲ ପାଉଛନ୍ତି ଏବଂ ଏହା ଆମର ଶକ୍ତି ବୋଲି କହିଥିଲେ। ଏହା ସହିତ ଯିଏ ଶୃଙ୍ଖଳା ଭାଙ୍ଗିବ ତାହା ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସିଧାସଳଖ କହିଛନ୍ତି । ଆଗାମୀ ତ୍ରିସ୍ତରୀୟ ନିର୍ବାଚନ ପାଇଁ ଏବେ ଠାରୁ ପ୍ରସ୍ତୁତି କରିବା ପାଇଁ କର୍ମୀ ମାନଙ୍କୁ ନବୀନ ପଟ୍ଟନାୟକ ଆହ୍ବାନ ଦେଇଥିଲେ। ବୈଠକରେ ଡବଲ ଇଞ୍ଜିନ ସରକାରରେ କୃଷକ ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ ଓ ରାଜ୍ୟ ସରକାରଙ୍କ ଚାଷୀ ମାରଣନୀତି ପ୍ରତିବାଦରେ ଆଗାମୀ ଫେବୃୟାରୀ ୩ ତାରିଖ ଦିନ କଳାହାଣ୍ଡି ବିଜେଡି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହା ବ୍ୟତୀତ ଟାଟା ପାୱାର ସ୍ମାର୍ଟ ମିଟର ଜରିଆରେ ଲୋକଙ୍କଠୁ ଅଧିକ ଟଙ୍କା ଆଦାୟ କରି ଲୁଣ୍ଠନ କରିବା , ସାଧାରଣ ଲୋକଙ୍କୁ ପ୍ରଦୁଷିଣ ସାର୍ଟିଫିକେଟ ନାମରେ ହଇରାଣ କରିବା, ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିନ୍ଦା କରାଯାଇଛି। ସ୍ଥାନୀୟ ନିଯୁକ୍ତି ସାଙ୍ଗକୁ ଜିଲାର ସ୍ବାସ୍ଥ୍ୟ ବ୍ୟବସ୍ଥା ନ ସୁଧିରିଲେ ବିଜେଡିର ଛାମୁଆ ସଂଗଠନ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ଜିଲା ବିଜେଡି ସଭାପତି ପ୍ରଦୀପ କୁମାର ଦିଶାରୀ, ପୂର୍ବତନ ମନ୍ତ୍ରୀ ତଥା ଜୁନାଗଡ଼ ବିଧାୟକ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ, ପୂର୍ବତନ ବିଧାୟକ ମହୋଷଧି ବାଗ , ଦୁଷ୍ମନ୍ତ ନାଏକ, ଗୋବର୍ଦ୍ଧନ ଦାଶ, ଜିଲା ପରିଷଦ ଉପାଧ୍ୟକ୍ଷା ସୁଧୀରା ମେହେର,ଜିଲା ଉପ ସଭାପତି ଜିତେନ୍ଦ୍ର ନାରାୟଣ ସିଂହଦେଓ, ପ୍ରଦୀପ ମୁଣ୍ଡ, ଧର୍ମେନ୍ଦ୍ର ନାଏକ, ବରିଷ୍ଠ ବିଜେଡି ନେତା ଭବାନୀ ଶଙ୍କର ମିଶ୍ର, ଜିତେନ୍ଦ୍ର ମହାନ୍ତି, ନଗରପାଳ ବିଷ୍ଣୁ ପ୍ରଧାନ, ମୁନା ମହାନ୍ତି, ବଦ୍ରିନାରାୟଣ ପଟ୍ଟନାୟକ, ମହିଳା ସଭାନେତ୍ରୀ ଲଳିତା ନାଏକ, ପୂର୍ବତନ ନଗରପାଳ ଆଦିତ୍ୟ ନନ୍ଦ, ଯୁବନେତା ଅବିନାଶ ଠାକୁର, ରାଜ୍ୟ ଯୁବ ଉପ ସଭାପତି ମନିନ୍ଦ୍ର ମହାନ୍ତି, ବରିଷ୍ଠ ଉପ ସଭାପତି ମଣ୍ଟୁ ନାଏକ, କେସିଙ୍ଗା ଏନଏସି ଅଧ୍ୟକ୍ଷ ନୃପରାଜ ଯାଦବ, ପ୍ରଶାନ୍ତ ନାଏକ, ସାମନ୍ତ ଖମାରୀ, ମହିଳା ନେତ୍ରୀ ସବିତା ପ୍ରଧାନ, ପୂର୍ବତନ ନଗରପାଳ ସଂଯୁକ୍ତା ବେହେରା, ଧବଳେଶ୍ଵର ମହାପାତ୍ର,ଆଶୁତୋଷ ପୁରୋହିତ, ସଚ୍ଚିଦାନନ୍ଦ ମହାକୁଡ଼, କ୍ଷିରସିନ୍ଧୁ ନାଏକ, ସେନାପତି ନାଏକ, ତ୍ରିଲୋଚନ ପାଣିଗ୍ରାହୀ, ମାଣିକ୍ୟ ନାଏକ, ମହେଶ ସାହୁ, ଶିବା ସାହୁ, ପରମାନନ୍ଦ ମାଝୀ, ଉତ୍ପଳ ଦାସ, ପିତବାସ ବେହେରା, ମାନସ ସିନ୍ଦୂର, ମିଟୁ ପାତ୍ର, ଭୋଳାନାଥ ନାଗ, ତଥା ସମସ୍ତ ଜିଲା ପରିଷଦ ସଦସ୍ୟ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା…

ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

କୋର୍ଟରେ ହାଜର ହେଲେ ହାର୍ଡକୋର୍‌ ମାଓବାଦୀ ଆଜାଦ

ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍‌ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା…

ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍‌: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍‌ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍‌ କରୁଥିଲେ। ପଲମ…

ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ ଘୁମୁରା ଗାୟକ ଗୋଲକଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ ): ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଆଦିବାସୀ ମେଳାରେ କେସିଙ୍ଗା ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଘୁମୁରା ଗାୟକ ଗୋପାଳ ନାଏକଙ୍କୁ ତାଙ୍କର ଶ୍ରେଷ୍ଠ ଲୋକ ଗୀତ…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri