ବିଜେଡି ୩ ଚତୁର୍ଥାଂଶ ଆସନରେ ବାଜିମାତ୍‌ କରିବ

ଭୁବନେଶ୍ୱର,୮।୪(ସୁନିତ୍‌ ମିଶ୍ର):ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ୩ ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ୍‌ କରିବ ବୋଲି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆକଳନ କରିଛନ୍ତି। ଭୁବନେଶ୍ବରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ କନ୍‌ଭେନଶନରେ ଯୋଗଦେଇ ପାଣ୍ଡିଆନ କହିଛନ୍ତି ଯେ, ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ମାର୍ଜିନରେ ବିଜୟୀ ହୋଇ ପୁଣିଥରେ ସରକାରକୁ ଆସୁଛନ୍ତି। ବିଜେଡି ୩ ଚତୁର୍ଥାଂଶ ଆସନରେ ବିଜୟୀ ହେବା ସୁନିଶ୍ଚିତ। ସେହିଭଳି ଲୋକ ସଭାରେ ମଧ୍ୟ ଗତଥରଠାରୁ ଦଳ ଭଲ ପ୍ରଦର୍ଶନ କରିବ। ସେଥିପାଇଁ ଲୋକଙ୍କଠାରୁ ବିଧାନସଭା ଏବଂ ଲୋକ ସଭା ପାଇଁ ଦୁଇଟି ଆଶୀର୍ବାଦ ଦରକାର। ୧୪୭ ବିଧାନସଭା ଓ ୨୧ ଲୋକ ସଭା ଆସନରେ ନବୀନ ପଟ୍ଟନାୟକ ଏବଂ ଶଙ୍ଖ ଚିହ୍ନ ହିଁ ଛିଡ଼ା ହୋଇଛି ବୋଲି ସେ କହିଛନ୍ତି। ବିକାଶ ଧାରାକୁ ଆହୁରି ଆଗକୁ ନେବା ପାଇଁ ନବୀନ ପଟ୍ଟନାୟକ ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ପାଣ୍ଡିଆନ ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ବିଚାରରେ ସଶକ୍ତ ଓ ନବୀନ ଓଡ଼ିଶା ଗଠନରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଶ୍ରମିକମାନେ ନେଇଥାଆନ୍ତି। ସବୁ ବିକାଶ କାମ ପଛରେ ଶ୍ରମିକଙ୍କ ହାତ ରହିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଶ୍ରମିକମାନଙ୍କୁ ପ୍ରାଥମିକତା ଓ ସମ୍ମାନ ଦେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପିତା ବିଜୁ ପଟ୍ଟନାୟକ ଗୋଟେ ସମୟରେ ୧୧ଟଙ୍କାରୁ ୨୫ ଟଙ୍କାକୁ ଦୈନିକ ମଜୁରି ବୃଦ୍ଧି ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ। ଏବେ ମଧ୍ୟ ନବୀନ ପଟ୍ଟନାୟକ ସର୍ବାଧିକ ୧୦୦ଟଙ୍କା ମଜୁରି ବୃଦ୍ଧି କରି ରେକର୍ଡ କରିଛନ୍ତି। ୨୦୧୯ରୁ ୨୦୨୪ ମଧ୍ୟରେ ବହୁ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ରାଜ୍ୟରେ ଏବେ ୧୦ ହଜାରରୁ ଅଧିକ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି। ପ୍ରତି ପଞ୍ଚାୟତରେ ଥିବା ସ୍କୁଲର ରୂପାନ୍ତରଣ କରାଯାଇଛି। ସ୍କୁଲରୁ ବ୍ଲାକବୋର୍ଡ ହଟାଇ ପିଲାଙ୍କୁ ସ୍ମାର୍ଟବୋର୍ଡ ଦିଆଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲାବେଳକୁ ମହାନଦୀ ଉପରେ ମାତ୍ର ଗୋଟିଏ ପୋଲ ଥିଲା। ଏବେ ୬ରୁ ୭ଟି ପୋଲ ନିର୍ମାଣ ହେଲାଣି। କୋରାପୁଟ, ମୟୂରଭଞ୍ଜ, ଫୁଲବାଣୀ ଭଳି ସ୍ଥାନରେ ମେଡିକାଲ କଲେଜ ସ୍ଥାପନ ହେଲାଣି। କଟକର ରୂପରେଖ ବଦଳିଯାଇଛି। କଟକକୁ ଦେଖିଲେ ସ୍ବପ୍ନଭଳି ଲାଗୁଛି। ତେବେ ଏ ସବୁ ଶ୍ରମିକମାନଙ୍କ ପାଇଁ ହିଁ ସମ୍ଭବ ହୋଇପାରିଛି। ବିଜୁ ଶ୍ରମିକ ସାମ୍ମୁଖ୍ୟର ଏହି ରାଜ୍ୟସ୍ତରୀୟ କନଭେନଶନରେ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ, ଭୁବନେଶ୍ବର (ଉତ୍ତର)ବିଧାୟକ ସୁଶାନ୍ତ ରାଉତ, ବିଜୁ ଶ୍ରମିକ ସାମ୍ମୁଖ୍ୟର ସାଧାରଣ ସମ୍ପାଦକ ତଥା କଟକ ମେୟର ସୁବାସ ସିଂ, ଭୁବନେଶ୍ବର ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜୁ ଶ୍ରମିକ ସାମ୍ମୁଖ୍ୟର ଜିଲାସ୍ତରୀୟ କର୍ମକର୍ତ୍ତା କନ୍‌ଭେନଶନରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri