ବିଜେଡି ୩ ଚତୁର୍ଥାଂଶ ଆସନରେ ବାଜିମାତ୍‌ କରିବ

ଭୁବନେଶ୍ୱର,୮।୪(ସୁନିତ୍‌ ମିଶ୍ର):ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ୩ ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ୍‌ କରିବ ବୋଲି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆକଳନ କରିଛନ୍ତି। ଭୁବନେଶ୍ବରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ କନ୍‌ଭେନଶନରେ ଯୋଗଦେଇ ପାଣ୍ଡିଆନ କହିଛନ୍ତି ଯେ, ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ମାର୍ଜିନରେ ବିଜୟୀ ହୋଇ ପୁଣିଥରେ ସରକାରକୁ ଆସୁଛନ୍ତି। ବିଜେଡି ୩ ଚତୁର୍ଥାଂଶ ଆସନରେ ବିଜୟୀ ହେବା ସୁନିଶ୍ଚିତ। ସେହିଭଳି ଲୋକ ସଭାରେ ମଧ୍ୟ ଗତଥରଠାରୁ ଦଳ ଭଲ ପ୍ରଦର୍ଶନ କରିବ। ସେଥିପାଇଁ ଲୋକଙ୍କଠାରୁ ବିଧାନସଭା ଏବଂ ଲୋକ ସଭା ପାଇଁ ଦୁଇଟି ଆଶୀର୍ବାଦ ଦରକାର। ୧୪୭ ବିଧାନସଭା ଓ ୨୧ ଲୋକ ସଭା ଆସନରେ ନବୀନ ପଟ୍ଟନାୟକ ଏବଂ ଶଙ୍ଖ ଚିହ୍ନ ହିଁ ଛିଡ଼ା ହୋଇଛି ବୋଲି ସେ କହିଛନ୍ତି। ବିକାଶ ଧାରାକୁ ଆହୁରି ଆଗକୁ ନେବା ପାଇଁ ନବୀନ ପଟ୍ଟନାୟକ ୬ଷ୍ଠ ଥର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।
ପାଣ୍ଡିଆନ ଆହୁରି କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ବିଚାରରେ ସଶକ୍ତ ଓ ନବୀନ ଓଡ଼ିଶା ଗଠନରେ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଶ୍ରମିକମାନେ ନେଇଥାଆନ୍ତି। ସବୁ ବିକାଶ କାମ ପଛରେ ଶ୍ରମିକଙ୍କ ହାତ ରହିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଶ୍ରମିକମାନଙ୍କୁ ପ୍ରାଥମିକତା ଓ ସମ୍ମାନ ଦେଇ ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପିତା ବିଜୁ ପଟ୍ଟନାୟକ ଗୋଟେ ସମୟରେ ୧୧ଟଙ୍କାରୁ ୨୫ ଟଙ୍କାକୁ ଦୈନିକ ମଜୁରି ବୃଦ୍ଧି ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ। ଏବେ ମଧ୍ୟ ନବୀନ ପଟ୍ଟନାୟକ ସର୍ବାଧିକ ୧୦୦ଟଙ୍କା ମଜୁରି ବୃଦ୍ଧି କରି ରେକର୍ଡ କରିଛନ୍ତି। ୨୦୧୯ରୁ ୨୦୨୪ ମଧ୍ୟରେ ବହୁ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ରାଜ୍ୟରେ ଏବେ ୧୦ ହଜାରରୁ ଅଧିକ ମନ୍ଦିରର ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି। ପ୍ରତି ପଞ୍ଚାୟତରେ ଥିବା ସ୍କୁଲର ରୂପାନ୍ତରଣ କରାଯାଇଛି। ସ୍କୁଲରୁ ବ୍ଲାକବୋର୍ଡ ହଟାଇ ପିଲାଙ୍କୁ ସ୍ମାର୍ଟବୋର୍ଡ ଦିଆଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲାବେଳକୁ ମହାନଦୀ ଉପରେ ମାତ୍ର ଗୋଟିଏ ପୋଲ ଥିଲା। ଏବେ ୬ରୁ ୭ଟି ପୋଲ ନିର୍ମାଣ ହେଲାଣି। କୋରାପୁଟ, ମୟୂରଭଞ୍ଜ, ଫୁଲବାଣୀ ଭଳି ସ୍ଥାନରେ ମେଡିକାଲ କଲେଜ ସ୍ଥାପନ ହେଲାଣି। କଟକର ରୂପରେଖ ବଦଳିଯାଇଛି। କଟକକୁ ଦେଖିଲେ ସ୍ବପ୍ନଭଳି ଲାଗୁଛି। ତେବେ ଏ ସବୁ ଶ୍ରମିକମାନଙ୍କ ପାଇଁ ହିଁ ସମ୍ଭବ ହୋଇପାରିଛି। ବିଜୁ ଶ୍ରମିକ ସାମ୍ମୁଖ୍ୟର ଏହି ରାଜ୍ୟସ୍ତରୀୟ କନଭେନଶନରେ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ, ଭୁବନେଶ୍ବର (ଉତ୍ତର)ବିଧାୟକ ସୁଶାନ୍ତ ରାଉତ, ବିଜୁ ଶ୍ରମିକ ସାମ୍ମୁଖ୍ୟର ସାଧାରଣ ସମ୍ପାଦକ ତଥା କଟକ ମେୟର ସୁବାସ ସିଂ, ଭୁବନେଶ୍ବର ଲୋକ ସଭା ଆସନରୁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜୁ ଶ୍ରମିକ ସାମ୍ମୁଖ୍ୟର ଜିଲାସ୍ତରୀୟ କର୍ମକର୍ତ୍ତା କନ୍‌ଭେନଶନରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri