ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ। ବର୍ତ୍ତମାନ ବିଜେଡି ଏକ ହୋଇଛି, ବିରୋଧୀ ଦଳ ହିସାବରେ ଲଢ଼ିବ। ଦଳ ସୁପ୍ରିମୋ ନବୀନ ନବୀନଙ୍କ ନିଷ୍ପତ୍ତିକୁ ସବୁ ବିଧାୟକ ଗ୍ରହଣ କରିବେ ବୋଲି ସାରଦା କହିଛନ୍ତି। ନିଷ୍ପତ୍ତି ନେବାକୁ ପିଏସି ନବୀନଙ୍କୁ ପ୍ରସ୍ତାବ ଦେଇଥିବା ସାରଦା କହିଛନ୍ତି।

ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି ।

ରାଜ୍ୟ ସଭା ନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ଏହାରି ଭିତରେ ଗୁରୁବାର ସଂଧ୍ୟାରେ ବିଜେଡିର ପିଏସି ବୈଠକ ବସିଥିଲା । ତେବେ ପ୍ରାର୍ଥୀ କିଏ ହେବ ସେନେଇ ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି ପ୍ରମିଳା ମଲ୍ଲିକ କହିଥିଲେ । ଏହାରି ଭିତରେ ଆଜି ନବୀନଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାକୁ ଯାଉଛି । ଅପରାହ୍ନ ୫ଟାରେ ହେବାକୁ ଥିବା ବୈଠକରେ ସମସ୍ତ ବିଜେଡି ବିଧାୟକଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି । ତେବେ ଆଗାମୀ ରାଜ୍ୟ ସଭା ନିର୍ବାଚନରେ ବିଜେଡି ପକ୍ଷରୁ କିଏ ପ୍ରାର୍ଥୀ ହେବେ ଆଜି ନିଷ୍ପତ୍ତି ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।

ପ୍ରକାଶଥାଉକି, ରାଜ୍ୟ ସଭା ନିର୍ବାଚନ ଲାଗି ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri