ଲୋକ ସଭା ନିର୍ବାଚନରେ ୩୩% ଆସନରେ ମହିଳା ପ୍ରାର୍ଥୀ ଦେବ ବିଜେଡି

ଭୁବନେଶ୍ୱର,୯ା୩(ଅନିଲ ଦାସ): ନାରୀ ହିଁ ସକଳ ଶକ୍ତିର ଆଧାର। ମା’ ମାନଙ୍କୁ ବାଦ୍‌ ଦେଇ କୌଣସି ରାଜ୍ୟ, କୌଣସି ରାଷ୍ଟ୍ର ବିକାଶ କରିପାରିବ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭରୁ ହୃଦ୍‌ବୋଧ କରିଛନ୍ତି। ସେଥିପାଇଁ ପରିଣାମ କଥା ଚିନ୍ତା ନ କରି ଗୋଟିଏ ପରେ ଗୋଟିଏ ସୁଚିନ୍ତିତ ପଦକ୍ଷେପ ନେଇଛନ୍ତି। ପରିଣତି ସ୍ବରୂପ ଆଜି ଓଡ଼ିଶାର ମହିଳାମାନେ ସଶକ୍ତ ହୋଇଛନ୍ତି ଓ ସାରା ଦେଶ ପାଇଁ ମୁଖ୍ୟମନ୍ତ୍ରୀ ଉଦାହରଣ ସୃଷ୍ଟି କରିଛନ୍ତି। ଓଡ଼ିଶାର ମହିଳା ସଶକ୍ତୀକରଣ ନୀତିକୁ ଭାରତ ସରକାର କାର୍ଯ୍ୟକାରୀ କରୁଛନ୍ତି। ଓଡ଼ିଶାର ୭୦ ଲକ୍ଷରୁ ଅଧିକ ସାଧାରଣ ମହିଳାମାନଙ୍କୁ ଉଦ୍ୟୋଗୀର ପରିଚୟ ଦେବା କିଛି କମ୍‌ ଆହ୍ବାନପୂର୍ଣ୍ଣ ନ ଥିଲା। କିନ୍ତୁ ନାରୀମାନଙ୍କୁ ସେମାନଙ୍କ ଅଧିକାର ଦେବା ପାଇଁ ପଣ କରିଥିବା ମୁଖ୍ୟମନ୍ତ୍ରୀଙ୍କ ପାଦକୁ କୌଣସି ଆହ୍ବାନ ରୋକିପାରି ନ ଥିଲା। ଗତ ଲୋକ ସଭା ନିର୍ବାଚନରେ ବିଜେଡି ୩୩% ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିଥିଲା। ଆଗାମୀ ଲୋକ ସଭା ନିର୍ବାଚନରେ ମଧ୍ୟ ୩୩% ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ବୋଲି ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।
ଶୁକ୍ରବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ଆୟୋଜିତ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେଇ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନିଜ ସରକାର ଏବଂ ଦଳରେ ମହିଳାମାନଙ୍କୁ ଗୁରୁତ୍ୱ ଦେଇ ଆସିଛନ୍ତି। ଓଡ଼ିଶାର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯାନ ବିଜୁ ଜନତା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିଛି। ଏହି ଆନ୍ଦୋଳନର ପ୍ରଭାବ ଆଜି ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଉପଲବ୍ଧିକୁ ଦେଖିଲେ ସ୍ପଷ୍ଟ ହୋଇଯିବ। ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ବିଧାନସଭାରେ ମହିଳାମାନଙ୍କୁ ୩୩% ସଂରକ୍ଷଣ ଦେବା ପାଇଁ ଦାବି କରିଥିଲେ। ଓଡ଼ିଶାର ମା’ ମାନେ କିପରି ଆଗକୁ ଯିବେ ସେଥିପାଇଁ ସେ ଚିନ୍ତିତ ଥିଲେ। ଅନେକ ଲୋକଙ୍କ ବିରୋଧ ପାଇଁ ଏହି ବିଲ୍‌ ପାରିତ ହେବାରେ ବିଳମ୍ବ ହେଲା। ବିଜେଡିରେ ଅଧିକରୁ ଅଧିକ ମହିଳାଙ୍କୁ ଟିକଟ ଦେଇ ଜିତାଇବାକୁ ନିର୍ଦ୍ଦେଶ ଦେଲେ। ତାଙ୍କର ଏହି ଉଦ୍ୟମ ହିଁ ବିଜୁ ଜନତା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିବର୍ତ୍ତିତ କରିଛି ବୋଲି ପାଣ୍ଡିଆନ୍‌ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri