ଲୋକ ସଭା ନିର୍ବାଚନରେ ୩୩% ଆସନରେ ମହିଳା ପ୍ରାର୍ଥୀ ଦେବ ବିଜେଡି

ଭୁବନେଶ୍ୱର,୯ା୩(ଅନିଲ ଦାସ): ନାରୀ ହିଁ ସକଳ ଶକ୍ତିର ଆଧାର। ମା’ ମାନଙ୍କୁ ବାଦ୍‌ ଦେଇ କୌଣସି ରାଜ୍ୟ, କୌଣସି ରାଷ୍ଟ୍ର ବିକାଶ କରିପାରିବ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭରୁ ହୃଦ୍‌ବୋଧ କରିଛନ୍ତି। ସେଥିପାଇଁ ପରିଣାମ କଥା ଚିନ୍ତା ନ କରି ଗୋଟିଏ ପରେ ଗୋଟିଏ ସୁଚିନ୍ତିତ ପଦକ୍ଷେପ ନେଇଛନ୍ତି। ପରିଣତି ସ୍ବରୂପ ଆଜି ଓଡ଼ିଶାର ମହିଳାମାନେ ସଶକ୍ତ ହୋଇଛନ୍ତି ଓ ସାରା ଦେଶ ପାଇଁ ମୁଖ୍ୟମନ୍ତ୍ରୀ ଉଦାହରଣ ସୃଷ୍ଟି କରିଛନ୍ତି। ଓଡ଼ିଶାର ମହିଳା ସଶକ୍ତୀକରଣ ନୀତିକୁ ଭାରତ ସରକାର କାର୍ଯ୍ୟକାରୀ କରୁଛନ୍ତି। ଓଡ଼ିଶାର ୭୦ ଲକ୍ଷରୁ ଅଧିକ ସାଧାରଣ ମହିଳାମାନଙ୍କୁ ଉଦ୍ୟୋଗୀର ପରିଚୟ ଦେବା କିଛି କମ୍‌ ଆହ୍ବାନପୂର୍ଣ୍ଣ ନ ଥିଲା। କିନ୍ତୁ ନାରୀମାନଙ୍କୁ ସେମାନଙ୍କ ଅଧିକାର ଦେବା ପାଇଁ ପଣ କରିଥିବା ମୁଖ୍ୟମନ୍ତ୍ରୀଙ୍କ ପାଦକୁ କୌଣସି ଆହ୍ବାନ ରୋକିପାରି ନ ଥିଲା। ଗତ ଲୋକ ସଭା ନିର୍ବାଚନରେ ବିଜେଡି ୩୩% ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିଥିଲା। ଆଗାମୀ ଲୋକ ସଭା ନିର୍ବାଚନରେ ମଧ୍ୟ ୩୩% ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ବୋଲି ‘୫-ଟି’ ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।
ଶୁକ୍ରବାର ବିଜୁ ମହିଳା ଜନତା ଦଳ ପକ୍ଷରୁ ଶଙ୍ଖ ଭବନରେ ଆୟୋଜିତ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେଇ ପାଣ୍ଡିଆନ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନିଜ ସରକାର ଏବଂ ଦଳରେ ମହିଳାମାନଙ୍କୁ ଗୁରୁତ୍ୱ ଦେଇ ଆସିଛନ୍ତି। ଓଡ଼ିଶାର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯାନ ବିଜୁ ଜନତା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିଛି। ଏହି ଆନ୍ଦୋଳନର ପ୍ରଭାବ ଆଜି ୭୦ ଲକ୍ଷରୁ ଅଧିକ ମହିଳାଙ୍କ ଉପଲବ୍ଧିକୁ ଦେଖିଲେ ସ୍ପଷ୍ଟ ହୋଇଯିବ। ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ବିଧାନସଭାରେ ମହିଳାମାନଙ୍କୁ ୩୩% ସଂରକ୍ଷଣ ଦେବା ପାଇଁ ଦାବି କରିଥିଲେ। ଓଡ଼ିଶାର ମା’ ମାନେ କିପରି ଆଗକୁ ଯିବେ ସେଥିପାଇଁ ସେ ଚିନ୍ତିତ ଥିଲେ। ଅନେକ ଲୋକଙ୍କ ବିରୋଧ ପାଇଁ ଏହି ବିଲ୍‌ ପାରିତ ହେବାରେ ବିଳମ୍ବ ହେଲା। ବିଜେଡିରେ ଅଧିକରୁ ଅଧିକ ମହିଳାଙ୍କୁ ଟିକଟ ଦେଇ ଜିତାଇବାକୁ ନିର୍ଦ୍ଦେଶ ଦେଲେ। ତାଙ୍କର ଏହି ଉଦ୍ୟମ ହିଁ ବିଜୁ ଜନତା ଦଳକୁ ଏକ ସାମାଜିକ ଆନ୍ଦୋଳନରେ ପରିବର୍ତ୍ତିତ କରିଛି ବୋଲି ପାଣ୍ଡିଆନ୍‌ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?