ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବ ବିଜେଡି

ଗଜପତି,୧୨।୩ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବା ପାଇଁ ନିଷ୍ପତ୍ତି ନେଇଛି ବିଜେଡି । ଏହି ସମ୍ପର୍କରେ ବୁଧବାର ସ୍ଥାନୀୟ ହାଇଟେକ୍‌ ପ୍ଲାଜାଠାରେ ବରିଷ୍ଠ ନେତା ତିରୁପତି ପାଣିଗ୍ରାହୀଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହି ବୈଠକରେ ପାରଳାଖେମୁଣ୍ଡି ବରିଷ୍ଠ ନେତା ବସନ୍ତ ଦାଶ, ପ୍ରଦୀପ ନାୟକ , ଜି. ତିରୁପତି ରାଓ, ପୌରାଧ୍ୟକ୍ଷା ନିର୍ମଳା ସେଠୀ, ଉପାଧ୍ୟକ୍ଷ ଲେଙ୍କା ମଧୁ , ଗବରା ତିରୁପତି ରାଓଙ୍କ ସମେତ ପାରଳାଖେମୁଣ୍ଡି ପୌରପାଳିକାର ସମସ୍ତ ବିଜେଡି କାଉନ୍‌ସିଲର ମାନେ ଉପସ୍ଥିତ ରହି ମନ୍ଦିରର ନିର୍ମାଣ କାର୍ଯ୍ୟରେ ନିସ୍ବାର୍ଥ ଭାବେ ସହଯୋଗ କରିବେ ବୋଲି ନିଷ୍ପତ୍ତି ନେଇଥିଲେ। ତେବେ ମନ୍ଦିର ନିର୍ମାଣ ପାଇଁ ବିଧାୟକ ଇଂ. ରୂପେଶ ପାଣିଗ୍ରାହୀଙ୍କୁ ମୋଟା ଅଙ୍କର ଆର୍ଥିକ ସହଯୋଗ ଲାଗି ନିବେଦନ କରାଯିବ ବୋଲି ଉପସ୍ଥିତ ନେତା କର୍ମୀ ପ୍ରକାଶ କରିଥିଲେ। ଏହା ବ୍ୟତୀତ ଭବିଷ୍ୟତରେ ଯଦି ଅଧିକ ଅର୍ଥର ଆବଶ୍ୟକ ପଡ଼େ ତେବେ ତିରୁପତି ପାଣିଗ୍ରାହୀ ନିଜେ ଆର୍ଥିକ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସହରବାସୀ ମଧ୍ୟ ନିର୍ମାଣରେ ସହଯୋଗ ଜାରି ରଖନ୍ତୁ ବୋଲି କହିଥିଲେ। ଗତ କିଛିଦିନ ପୂର୍ବେ ରାଜ୍ୟ ସରକାରଙ୍କ ପକ୍ଷରୁ ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିମନ୍ତେ ସହଯୋଗ କରି ପର୍ଯ୍ୟଟନ ବିଭାଗ ପକ୍ଷରୁ ୬୦ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଜ୍ୟ ସରକାର ମଞ୍ଜୁର କରିଛନ୍ତି। ତେବେ ମନ୍ଦିର କାର୍ଯ୍ୟ ସମ୍ପୂଣ୍ଣର୍ର୍ ହେବାଯାଏ ସହଯୋଗର ହାତ ବଢ଼ାଇବାକୁ ସାଧାରଣ ଜନତା, ନେତା, କର୍ମୀମାନଙ୍କୁ ତିରୁପତି ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri