ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବ ବିଜେଡି

ଗଜପତି,୧୨।୩ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିର୍ମାଣରେ ପୂର୍ଣ୍ଣ ସହଯୋଗ କରିବା ପାଇଁ ନିଷ୍ପତ୍ତି ନେଇଛି ବିଜେଡି । ଏହି ସମ୍ପର୍କରେ ବୁଧବାର ସ୍ଥାନୀୟ ହାଇଟେକ୍‌ ପ୍ଲାଜାଠାରେ ବରିଷ୍ଠ ନେତା ତିରୁପତି ପାଣିଗ୍ରାହୀଙ୍କ ନେତୃତ୍ୱରେ ବିଜେଡି କର୍ମୀ ଓ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହି ବୈଠକରେ ପାରଳାଖେମୁଣ୍ଡି ବରିଷ୍ଠ ନେତା ବସନ୍ତ ଦାଶ, ପ୍ରଦୀପ ନାୟକ , ଜି. ତିରୁପତି ରାଓ, ପୌରାଧ୍ୟକ୍ଷା ନିର୍ମଳା ସେଠୀ, ଉପାଧ୍ୟକ୍ଷ ଲେଙ୍କା ମଧୁ , ଗବରା ତିରୁପତି ରାଓଙ୍କ ସମେତ ପାରଳାଖେମୁଣ୍ଡି ପୌରପାଳିକାର ସମସ୍ତ ବିଜେଡି କାଉନ୍‌ସିଲର ମାନେ ଉପସ୍ଥିତ ରହି ମନ୍ଦିରର ନିର୍ମାଣ କାର୍ଯ୍ୟରେ ନିସ୍ବାର୍ଥ ଭାବେ ସହଯୋଗ କରିବେ ବୋଲି ନିଷ୍ପତ୍ତି ନେଇଥିଲେ। ତେବେ ମନ୍ଦିର ନିର୍ମାଣ ପାଇଁ ବିଧାୟକ ଇଂ. ରୂପେଶ ପାଣିଗ୍ରାହୀଙ୍କୁ ମୋଟା ଅଙ୍କର ଆର୍ଥିକ ସହଯୋଗ ଲାଗି ନିବେଦନ କରାଯିବ ବୋଲି ଉପସ୍ଥିତ ନେତା କର୍ମୀ ପ୍ରକାଶ କରିଥିଲେ। ଏହା ବ୍ୟତୀତ ଭବିଷ୍ୟତରେ ଯଦି ଅଧିକ ଅର୍ଥର ଆବଶ୍ୟକ ପଡ଼େ ତେବେ ତିରୁପତି ପାଣିଗ୍ରାହୀ ନିଜେ ଆର୍ଥିକ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସହରବାସୀ ମଧ୍ୟ ନିର୍ମାଣରେ ସହଯୋଗ ଜାରି ରଖନ୍ତୁ ବୋଲି କହିଥିଲେ। ଗତ କିଛିଦିନ ପୂର୍ବେ ରାଜ୍ୟ ସରକାରଙ୍କ ପକ୍ଷରୁ ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ନିମନ୍ତେ ସହଯୋଗ କରି ପର୍ଯ୍ୟଟନ ବିଭାଗ ପକ୍ଷରୁ ୬୦ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଜ୍ୟ ସରକାର ମଞ୍ଜୁର କରିଛନ୍ତି। ତେବେ ମନ୍ଦିର କାର୍ଯ୍ୟ ସମ୍ପୂଣ୍ଣର୍ର୍ ହେବାଯାଏ ସହଯୋଗର ହାତ ବଢ଼ାଇବାକୁ ସାଧାରଣ ଜନତା, ନେତା, କର୍ମୀମାନଙ୍କୁ ତିରୁପତି ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri