ଗ୍ୟାସ୍‌ ଦରବୃଦ୍ଧି ନେଇ ଆଜି ରାଜଭବନ ଆଗରେ ଧାରଣା ଦେବ ବିଜେଡି

ଭୁବନେଶ୍ବର, ୧୪।୬(ଅନିଲ ଦାସ): ରନ୍ଧନ ଗ୍ୟାସ୍‌ ଭଳି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଯେଭଳି ଅହେତୁକ ଦରବୃଦ୍ଧି ଘଟୁଛି ଏବଂ ଏହାକୁ ହ୍ରାସ ପାଇଁ ବାରମ୍ବାର ଦାବି କରାଗଲେ ସୁଦ୍ଧା କେନ୍ଦ୍ର ସରକାର ନୀରବ ରହୁଛନ୍ତି। ତାହାର ପ୍ରତିବାଦରେ ବୁଧବାର ପୂର୍ବାହ୍ନ ୧୦ ଘଟିକା ସମୟରେ ରାଜଭବନ ସମ୍ମୁଖରେ ବିଜେଡି ପକ୍ଷରୁ ଧାରଣା ଦିଆଯିବ ବୋଲି ଦଳର ମୁଖପାତ୍ର ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ରନ୍ଧନ ଗ୍ୟାସ୍‌ର ଦରବୃଦ୍ଧି ଯୋଗୁ କେନ୍ଦ୍ର ସରକାରଙ୍କ ଉଜ୍ୱଳା ବର୍ତ୍ତମାନ ଅନ୍ଧାର ଯୋଜନାରେ ପରିଣତ ହୋଇଛି। ୨୦୧୪ରେ ଯେଉଁ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧୩୦ ଟଙ୍କାରେ ପହଞ୍ଚିଛି। ୯ ବର୍ଷରେ ଗ୍ୟାସ୍‌ ଦର ୩ ଗୁଣା ବଢ଼ିଗଲାଣି। ଫଳରେ ଓଡ଼ିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି। ବିଜେଡି ତୁରନ୍ତ ଏଲ୍‌ପିଜି ଗ୍ୟାସ୍‌ ଦର ହ୍ରାସ ପାଇଁ ଦାବିକରି ଆସୁଛି। ହେଲେ କେନ୍ଦ୍ର ସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି। ଏଭଳି ଦରବୃଦ୍ଧି ତୁରନ୍ତ ପ୍ରତ୍ୟାହାର ଦାବିରେ ବିଜେଡି ପକ୍ଷରୁ ବୁଧବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଶ୍ରୀମୟୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?