୩ ଦିନ ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ବର, ୧୪ା୨(ବ୍ୟୁରୋ):କେନ୍ଦ୍ର ସରକାର ତାଙ୍କର ସଦ୍ୟ ବଜେଟରେ କ୍ରୟ ପାଣ୍ଠିରେ ୨୦,୦୦୦ କୋଟି ଟଙ୍କା ହ୍ରାସ କରିଛନ୍ତି। ଏହାସହ ଓଡ଼ିଶାରୁ ଉଷୁନା ଚାଉଳ ଉଠାଣ ପରିମାଣ କମାଇଦେବା ଯୋଗୁ ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀ ଧାନ ବିକ୍ରି କରିବାରେ ଗୁରୁତର ଭାବେ ପ୍ରଭାବିତ ହେବେ ା ପୂର୍ବରୁ ଓଡ଼ିଶାରୁ ୧୮ ଲକ୍ଷ ମେଟ୍ରିକ୍‌ ଟନ୍‌ ଚାଉଳ ଉଠୁଥିବା ବେଳେ ବର୍ତ୍ତମାନ ତାହାକୁ ମାତ୍ର ୪ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ହ୍ରାସ କରାଯାଇଛି ା
କେବଳ ବରଗଡ଼ ପରି ଗୋଟିଏ ଜିଲା ୪ ଲକ୍ଷ ଟନ୍‌ ଉତ୍ପାଦନ କରେ। ଓଡ଼ିଶାର ଅନ୍ୟ ୨୯ ଜିଲାର ଚାଷୀଙ୍କ ଅବସ୍ଥା କ’ଣ ହେବ ବୋଲି ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ଅରୁଣ କୁମାର ସାହୁ ପ୍ରଶ୍ନ କରିଛନ୍ତି ା ଏହା ବିରୋଧରେ ବିଜେଡି ୩ ଦିନିଆ ଆନ୍ଦୋଳନ ଲାଗି ଯୋଜନା ପ୍ରସ୍ତୁତ କରିଛି।
ବିଜୁ ଯୁବ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଅରୁଣ କହିଛନ୍ତି, କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍‌ଜିକେଏୱାଇ)କୁ ବନ୍ଦ କରିଦେଇଛନ୍ତି। ଏହା ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ (ଏନ୍‌ଏଫ୍‌ଏସ୍‌ଏ) ଅଧୀନରେ ୫ କିଲୋଗ୍ରାମ ମାଗଣା ଚାଉଳ ବ୍ୟତୀତ ପ୍ରତି ମାସରେ ଆଉ ୫ କିଲୋଗ୍ରାମ ମାଗଣା ଚାଉଳ ଯୋଗାଉଥିଲା ା ପିଏମ୍‌ଜିକେଏୱାଇ ବନ୍ଦ ହେତୁ ଧାନ କ୍ରୟ ମଧ୍ୟ କ୍ଷତିଗ୍ରସ୍ତ ହେବ। ଚାଷୀମାନେ ଏମ୍‌ଏସ୍‌ପିରୁ ବଞ୍ଚିତ ହେବେ ା କେନ୍ଦ୍ରର ଧାନ କିଣା ନୀତି ଯାହାକି ଓଡ଼ିଶାର ଲକ୍ଷ ଲକ୍ଷ ଚାଷୀଙ୍କୁ ବିଶେଷକରି ପଶ୍ଚିମ ଓଡ଼ିଶାର ଚାଷୀଙ୍କୁ ପ୍ରଭାବିତ କରିବ। ସେଥିଲାଗି ମଙ୍ଗଳବାର ପୂର୍ବାହ୍ନରେ ବିଜେଡି ପକ୍ଷରୁ ରାଜଭବନ ସମ୍ମୁଖରେ ଆନ୍ଦୋଳନ କରିବା ସହିତ ଓଡ଼ିଶାର ଚାଷୀଙ୍କ ସମସ୍ତ ଖାଦ୍ୟଶସ୍ୟ ଉଠାଇବାକୁ ଦାବି କରିବ ା ଯଦି ୧୫ ଦିନ ମଧ୍ୟରେ ଦାବି ପୂରଣ ନ ହୁଏ ତେବେ ବିଜେଡି ଓଡ଼ିଶାର କୃଷକଙ୍କୁ ନେଇ ଅବହେଳା ବିରୋଧରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଆରମ୍ଭ କରିବ ା ଏହାସହ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିବେ। ଲକ୍ଷ ଲକ୍ଷ ଚାଷୀଙ୍କ ସପକ୍ଷରେ ବିଜେଡି ଦାବି କେନ୍ଦ୍ର ନିକଟରେ ଉପସ୍ଥାପନ କରିବାକୁ ଉକ୍ତ ପ୍ରତିନିଧିମଣ୍ଡଳୀ ଅନୁରୋଧ କରିବେ ା
ପିଏମ୍‌ଜିକେଏୱାଇ କାର୍ଯ୍ୟକ୍ରମ ବନ୍ଦକୁ ବିରୋଧ କରି ଆସନ୍ତା ୧୫ରେ ରାଜ୍ୟର ସମସ୍ତ ୩୦ ଜିଲାରେ ବିଜେଡି ପ୍ରତି ପଞ୍ଚାୟତ ମୁଖ୍ୟାଳୟରେ ସାମୂହିକ ଅଂଶଗ୍ରହଣ ପାଇଁ ଆନ୍ଦୋଳନ କାର୍ଯ୍ୟକ୍ରମ ଆୟୋଜନ କରିବ। ଆସନ୍ତା ୧୬ରେ ବିଜେଡି ପ୍ରତି ଜିଲାପାଳଙ୍କ କାର୍ଯ୍ୟାଳୟ ତଥା ଓଡ଼ିଶାର ପ୍ରତ୍ୟେକ ବ୍ଲକ ସମ୍ମୁଖରେ ଆନ୍ଦୋଳନ କରିବ। ପିଏମ୍‌ଜିକେଏୱାଇ କେନ୍ଦ୍ର ଦ୍ୱାରା ପୁନଃ ଆରମ୍ଭ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସବୁ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯିବ ା ଯଦି ତାହା ଶୀଘ୍ର ନ ହୁଏ, ତେବେ ବିଜେଡି ରାସ୍ତାକୁ ଓହ୍ଲାଇ ଗରିବ ଏବଂ ଓଡ଼ିଶାର କୃଷକଙ୍କ ଅଧିକାର ପାଇଁ ଲଢ଼ିବ ବୋଲି ଅରୁଣ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri