‘ମୁନ୍ନା ଖାଁ ଦିନରେ ସ୍ବପ୍ନରେ ଦେଖୁଛନ୍ତି, ଆଗାମୀ ଦଶନ୍ଧି ଯାଏ କ୍ଷମତାକୁ ଆସିବନି ବିଜେଡି’

ଭୁବନେଶ୍ୱର,୩ା୧୧: ବିଜେଡି ଖୁବ୍‌ଶୀଘ୍ର କ୍ଷମତାକୁ ଆସିବ ବୋଲି ବିଜେଡି ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ କହିଥିବା ବେଳେ ତାଙ୍କୁ କଡ଼ା ଜବାବ ଦେଇଛନ୍ତି ଭାଜପା ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ମୁନ୍ନା ଖାଁ ଦିନରେ ସ୍ବପ୍ନ ଦେଖୁଛନ୍ତି, ସେ ଚେଇଁକି ସ୍ବପ୍ନ ଦେଖୁଛନ୍ତି। ଖୁବ୍‌ଶୀଘ୍ର କ’ଣ ଆଗାମୀ ଦଶନ୍ଧି ଯାଏ ବି ବିଜେଡି କ୍ଷମତାକୁ ଆସିପାରିବ ନାହିଁ। ଦୁଇ ନେତାଙ୍କ ଏପରି  କଥାରେ କଥାରେ ଆକ୍ରମଣ ପ୍ରତି ଆକ୍ରମଣ ରାଜନୈତିକ ମହଲରେ ହଲଚଲ୍‌ ସୃଷ୍ଟି କରିଛି।

ମୁନ୍ନା ଖାଁ କହିଥିଲେ, ବିଜେଡି ସରକାରକୁ ଆସିବା ପାଇଁ ଆମକୁ ୫ ବର୍ଷ ଯାଏ ଅପେକ୍ଷା କରିବାକୁ ପଡ଼ି ନ ପାରେ। ଭାଜପା ପାଖରେ ପ୍ରାର୍ଥୀ ନ ଥିଲେ। ଆମର ଅଧିକାଂଶ ଲୋକ ସେଠି ଅଛନ୍ତି ।

ସେ ଆହୁରି ମଧ୍ୟ କହିଥିଲେ, ମୁଁ ସଭାରେ କହିଛି ଭାଜପା ବିଧାୟକ ବିଜେଡି ସହ ଲିଙ୍କ୍‌ରେ ଅଛନ୍ତି । ମିଡିଆ ସାମ୍ନାରେ କିଛି କହିନାହିଁ। ଯାହା କହିଛି କର୍ମୀଙ୍କୁ କହିଛି। ଏହା ଆମର ରଣନୀତି। ମୁଁ ଏହାକୁ ମିଡିଆ ସାମ୍ନାରେ କହିପାରିବିନି। ସମୟକୁ ଅପେକ୍ଷା କରନ୍ତୁ ବୋଲି ସେ କହିଛନ୍ତି।

ନିର୍ବାଚନ ପୂର୍ବରୁ ବିଜେଡି ଛାଡି ୨୨ ନେତା ଭାଜପାରେ ଯୋଗ ଦେଇଥିଲେ। ଏବେ ସେମାନେ ଭାଜପା ଟିକେଟ ପାଇ ବିଧାୟକ ହୋଇଛନ୍ତି। ସେଥିରୁ ୧୪ ବିଧାୟକ ଏବେ ବିଜେଡି ଲିଙ୍କ୍‌ରେ ଅଛନ୍ତି।

ସେ ଆହୁରି କହିଛନ୍ତି, ଭାଜପା ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦେଇଥିଲା ପୂରଣ କରିବାରେ ବିଫଳ ହୋଇଛି। ତେଣୁ ଆଜି ଯଦି ନିର୍ବାଚନ ହେବ ତେବେ ବିଜେଡିକୁ ୧୦୦ ସିଟ ମିଳିବା ନିଶ୍ଚିତ। କାରଣ ଏବେ ମଧ୍ୟ ୯୦ପ୍ରତିଶତ ବ୍ଲକ ଏବଂ ଜିଲା ପରିଷଦ ବିଜେଡି ଦଖଲରେ ହିଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri