୧୩ ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩ ପ୍ରସଙ୍ଗ ଉଠାଇବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସଂସଦୀୟ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସରେ ନୂଆଦିଲ୍ଲୀରେ ଥିବା ୯ଜଣ ଏମ୍‌ପିଙ୍କ ସହ ଆଲୋଚନା କରିଥିଲେ।
ପୁରୀଠାରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର ସ୍ଥାପନ କରିବାକୁ ନିକଟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଆସନ୍ତା ଅଧିବେଶନରେ ଏହି ପ୍ରସଙ୍ଗକୁ ଦଳ ଉଠାଇବ। ସେହିପରି ରାଜ୍ୟରେ ରେଲଓ୍ବେ ୩୦୦ରୁ ଊର୍ଦ୍ଧ୍ୱ ଷ୍ଟପେଜ୍‌କୁ ଉଠାଇ ଦେଇଛି। ରାଜ୍ୟ ସରକାର ଖୋର୍ଦ୍ଧା-ବଲାଙ୍ଗୀର ଏବଂ ଅନ୍ୟାନ୍ୟ ରେଳ ପ୍ରକଳ୍ପ ପାଇଁ ମାଗଣାରେ ଜମି ଯୋଗାଇ ଦେବା ସହ ପ୍ରକଳ୍ପ ଖର୍ଚ୍ଚର ୫୦ ପ୍ରତିଶତ ଯୋଗାଇ ଦେଇଛନ୍ତି। ଏହା ସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଆଶାନୁରୂପ ଭାବେ ଅଗ୍ରଗତି କରୁନାହିଁ। କେନ୍ଦ୍ରାପଡ଼ା ଓ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବା, କଳାହାଣ୍ଡି ଜିଲାର ସୀତାପଲ୍ଲୀଠାରେ ଓ୍ବାଗନ ଫ୍ୟାକ୍ଟ୍ରି ଓ ଇଲେକ୍ଟ୍ରିକ୍‌ ଲୋକୋମୋଟିଭ ମେଣ୍ଟେନାନ୍ସ ଓ୍ବାର୍କଶପ୍‌ କାର୍ଯ୍ୟରେ ବିଳମ୍ବ ଆଦି ପ୍ରସଙ୍ଗକୁ ପାର୍ଲାମେଣ୍ଟରେ ଉଠାଇବାକୁ ମୁଖ୍ୟମନ୍ତ୍ରୀ ଦଳୀୟ ଏମ୍‌ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ସମ୍ବିଧାନର ଅଷ୍ଟମ ପରିଚ୍ଛଦରେ ହୋ, କୋଶଳୀ ଓ ସମ୍ବଲପୁରୀ ଭାଷାକୁ ସାମିଲ କରିବା, ପାର୍ଲାମେଣ୍ଟରେ ୩୩ ପ୍ରତିଶତ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବା, ସ୍ବାମୀନାଥନ କମିଟି ରିପୋର୍ଟ ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରିବା ବିଷୟକୁ ବିଜେଡି ଜୋରଦାର ଉଠାଇବାକୁ ନିଷ୍ପତ୍ତି ନେଇଛି। ସେହିପରି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପ୍ରସଙ୍ଗ ବିଜେଡି ପୁଣି ଥରେ ପାର୍ଲାମେଣ୍ଟରେ ଉତ୍‌ଥାପନ କରିବ। ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟ ହୋଇଥିବାରୁ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ସହ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଦେବାକୁ ଦଳ ପକ୍ଷରୁ ଦାବି କରାଯିବ। ସମ୍ବିଧାନରେ ଅହିଂସାକୁ ସାମିଲ କରିବା, ରେଳ, ବ୍ୟାଙ୍କିଂ, ଟେଲି ଯୋଗାଯୋଗ, କୋଇଲା ରୟାଲଟି, କ୍ଲିନ୍‌ ଏନର୍ଜୀ ସେସ୍‌, ଉପକୂଳ ରାଜପଥ ନିର୍ମାଣ ଆଦି ପ୍ରସଙ୍ଗ ମଧ୍ୟ ଅଧିବେଶନରେ ବିଜେଡି ଉଠାଇବ। ଏହାଛଡ଼ା ବିଧାନ ପରିଷଦ ଗଠନ ଏବଂ କେନ୍ଦୁପତ୍ର ଉପରୁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ୧୦ରୁ ୫ ପ୍ରତିଶତକୁ ହ୍ରାସ କରିବାକୁ ଦଳ ପକ୍ଷରୁ ଦାବି କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri