୧୩ ପ୍ରସଙ୍ଗ ଉଠାଇବ ବିଜେଡି

ଭୁବନେଶ୍ୱର,୨୬।୧(ବ୍ୟୁରୋ): ଆସନ୍ତା ୨୯ ତାରିଖରୁ ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସ୍ବାର୍ଥ ସମ୍ବଳିତ ୧୩ ପ୍ରସଙ୍ଗ ଉଠାଇବ। ସୋମବାର ଭିଡିଓ କନ୍‌ଫରେନ୍ସ ଜରିଆରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ସଂସଦୀୟ ଦଳ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସରେ ନୂଆଦିଲ୍ଲୀରେ ଥିବା ୯ଜଣ ଏମ୍‌ପିଙ୍କ ସହ ଆଲୋଚନା କରିଥିଲେ।
ପୁରୀଠାରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର ସ୍ଥାପନ କରିବାକୁ ନିକଟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଆସନ୍ତା ଅଧିବେଶନରେ ଏହି ପ୍ରସଙ୍ଗକୁ ଦଳ ଉଠାଇବ। ସେହିପରି ରାଜ୍ୟରେ ରେଲଓ୍ବେ ୩୦୦ରୁ ଊର୍ଦ୍ଧ୍ୱ ଷ୍ଟପେଜ୍‌କୁ ଉଠାଇ ଦେଇଛି। ରାଜ୍ୟ ସରକାର ଖୋର୍ଦ୍ଧା-ବଲାଙ୍ଗୀର ଏବଂ ଅନ୍ୟାନ୍ୟ ରେଳ ପ୍ରକଳ୍ପ ପାଇଁ ମାଗଣାରେ ଜମି ଯୋଗାଇ ଦେବା ସହ ପ୍ରକଳ୍ପ ଖର୍ଚ୍ଚର ୫୦ ପ୍ରତିଶତ ଯୋଗାଇ ଦେଇଛନ୍ତି। ଏହା ସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଆଶାନୁରୂପ ଭାବେ ଅଗ୍ରଗତି କରୁନାହିଁ। କେନ୍ଦ୍ରାପଡ଼ା ଓ ଅନୁଗୋଳ-ସୁକିନ୍ଦା ରେଳ ପ୍ରକଳ୍ପରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବା, କଳାହାଣ୍ଡି ଜିଲାର ସୀତାପଲ୍ଲୀଠାରେ ଓ୍ବାଗନ ଫ୍ୟାକ୍ଟ୍ରି ଓ ଇଲେକ୍ଟ୍ରିକ୍‌ ଲୋକୋମୋଟିଭ ମେଣ୍ଟେନାନ୍ସ ଓ୍ବାର୍କଶପ୍‌ କାର୍ଯ୍ୟରେ ବିଳମ୍ବ ଆଦି ପ୍ରସଙ୍ଗକୁ ପାର୍ଲାମେଣ୍ଟରେ ଉଠାଇବାକୁ ମୁଖ୍ୟମନ୍ତ୍ରୀ ଦଳୀୟ ଏମ୍‌ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ସମ୍ବିଧାନର ଅଷ୍ଟମ ପରିଚ୍ଛଦରେ ହୋ, କୋଶଳୀ ଓ ସମ୍ବଲପୁରୀ ଭାଷାକୁ ସାମିଲ କରିବା, ପାର୍ଲାମେଣ୍ଟରେ ୩୩ ପ୍ରତିଶତ ମହିଳାଙ୍କ ପାଇଁ ସ୍ଥାନ ସଂରକ୍ଷଣ କରିବା, ସ୍ବାମୀନାଥନ କମିଟି ରିପୋର୍ଟ ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ପ୍ରଦାନ କରିବା ବିଷୟକୁ ବିଜେଡି ଜୋରଦାର ଉଠାଇବାକୁ ନିଷ୍ପତ୍ତି ନେଇଛି। ସେହିପରି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପ୍ରସଙ୍ଗ ବିଜେଡି ପୁଣି ଥରେ ପାର୍ଲାମେଣ୍ଟରେ ଉତ୍‌ଥାପନ କରିବ। ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ରାଜ୍ୟ ହୋଇଥିବାରୁ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ସହ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ ଦେବାକୁ ଦଳ ପକ୍ଷରୁ ଦାବି କରାଯିବ। ସମ୍ବିଧାନରେ ଅହିଂସାକୁ ସାମିଲ କରିବା, ରେଳ, ବ୍ୟାଙ୍କିଂ, ଟେଲି ଯୋଗାଯୋଗ, କୋଇଲା ରୟାଲଟି, କ୍ଲିନ୍‌ ଏନର୍ଜୀ ସେସ୍‌, ଉପକୂଳ ରାଜପଥ ନିର୍ମାଣ ଆଦି ପ୍ରସଙ୍ଗ ମଧ୍ୟ ଅଧିବେଶନରେ ବିଜେଡି ଉଠାଇବ। ଏହାଛଡ଼ା ବିଧାନ ପରିଷଦ ଗଠନ ଏବଂ କେନ୍ଦୁପତ୍ର ଉପରୁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ୧୦ରୁ ୫ ପ୍ରତିଶତକୁ ହ୍ରାସ କରିବାକୁ ଦଳ ପକ୍ଷରୁ ଦାବି କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri