ପୁଣି ବିଜେଡି ହାତରେ ତିର୍ତ୍ତୋଲ

ଜଗତ୍‌ସିଂହପୁର ଅଫିସ, ୧୦ା୧୧-ତିର୍ତ୍ତୋଲ ଉପନିର୍ବାଚନରେ ପୁଣି ବିଜେଡି ବାଜିମାତ୍‌ କରିଛି। ବିଜେଡି ପ୍ରାର୍ଥୀ ବିଜୟଶଙ୍କର ଦାସ ତାଙ୍କ ନିକଟତ୍ତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରାଙ୍କ୪୧,୭୦୩ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟ ଲାଭ କରିଛନ୍ତି। ୩ୟ ସ୍ଥାନରେ ରହିଛନ୍ତି କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଶେଖର ମଲ୍ଲିକ। କିନ୍ତୁ ଏହି ଉପନିର୍ବାଚନରେ ବିଜେଡି ଓ ଭାଜପା ସପକ୍ଷରେ ଯେତିକି ଭୋଟ ଯିବ ବୋଲି ଦଳୀୟ ନେତୃତ୍ୱ ଆଶା ରଖିଥିଲେ ତାହା ଦେଖିବାକୁ ମିଳିନି । କଂଗ୍ରେସର ସ୍ଥିତି ସମ୍ପୂଣ୍ଣର୍ର୍ ଖରାପ ହୋଇଯାଇଛି। ବିଜେଡି ପ୍ରାର୍ଥୀ ବିଜୟଲାଭ କରି ପୁରୁଣା ଧାରାକୁ ବଜାୟ ରଖିଛନ୍ତି । ବିଜୟଙ୍କ ବିଜୟ ଲାଭ ପରେ ଜିଲାରେ ବିଶେଷକରି ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉତ୍ସବର ମାହୋଲ ସୃଷ୍ଟି ହୋଇଛି । କୋଭିଡ୍‌ କଟକଣା ଯୋଗୁ ଯଦିଓ ବିଜେଡି ପକ୍ଷରୁ ବିଧିବଦ୍ଧ ଭାବରେ ଉତ୍ସବ ଆୟୋଜନ କରାଯାଇନାହିଁ। କିନ୍ତୁ ଦଳୀୟ ନେତା ଓ କର୍ମୀ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବିଭିନ୍ନ ସ୍ଥାନରେ ନାରାବାଜି କରି ବାଜା ବଜାଇ ଆତସବାଜୀ ଫୁଟାଇ ବିଜୟ ଉତ୍ସବ ମନାଇଛନ୍ତିି । ସ୍ଥାନୀୟ ସ୍ବାମୀ ବିବେକାନନ୍ଦ ସ୍ମାରକୀ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିଲା । ଗଣତିର ପ୍ରଥମ ରାଉଣ୍ଡ ଫଳ ପ୍ରକାଶ ପାଇବା ପରଠୁ ବିଜେଡି କର୍ମୀ ଉଲ୍ଲସିତ ହୋଇପଡିଥିଲେ। ପ୍ରତି ରାଉଣ୍ଡ ପରେ ଦଳୀୟ କର୍ମୀମାନେ ମହାବିଦ୍ୟାଳୟ ଫାଟକ ବାହାରେ ଭିଡ଼ ଜମାଇ ବିଜେଡି ସପକ୍ଷରେ ସ୍ଲୋଗାନ ଦେଉଥିଲେ। ଅପରପକ୍ଷେ ଭାଜପା ଓ କଂଗ୍ରେସ କର୍ମୀଙ୍କ ମଧ୍ୟରେ ନୈରାଶ୍ୟଭାବ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?