Posted inରାଜ୍ୟ

‘କଂଗ୍ରେସ ସହ ଡିଲ୍‌ କରି ବିଜେଡି ପଦ୍ମପୁର ଉପନିର୍ବାଚନ ଜିତିଛି’

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ଫଳାଫଳକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ବିଜେଡି, କଂଗ୍ରେସ ଓ ଭାଜପା ମଧ୍ୟରେ ବାକ୍ୟ ବିନିମୟ ଜାରି ରହିଛି। ନିର୍ବାଚନର ଫଳାଫଳକୁ ନେଇ ଉଭୟ କଂଗ୍ରେସ ଓ ଭାଜପା ଆତ୍ମସମୀକ୍ଷା କରିବାକୁ କହୁଥିବା ବେଳେ ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏକ ଗୁରୁତର ଅଭିଯୋଗ କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ସହିତ ଏକ ରାଜନୈତିକ ଡିଲ୍‌ କରି ବିଜେଡି ପଦ୍ମପୁର ବିଧାନସଭା ଉପନିର୍ବାଚନ ବିଜୟୀ ହୋଇଛି। କଂଗ୍ରେସ ସହିତ ବୁଝାମଣା ହେବା ପରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ପ୍ରଚାର କରିବା ପାଇଁ ଯାଇଥିଲେ ବୋଲି ଜୟନାରାୟଣ ଅଭିଯୋଗ କରିଛନ୍ତି। ସେ ପ୍ରଚାରକୁ ଯିବା ପୂର୍ବରୁ ଭୁବନେଶ୍ୱରଠାରେ ଏହି ଡିଲ୍‌ ହୋଇଥିଲା। ଯାହା ମୋତେ ଖବର ମିଳିଛି ଉଭୟ ଦଳ ମଧ୍ୟରେ ଏକ ଡିଲ୍‌ ହୋଇଥିଲା। ତେବେ ଏଥିପାଇଁ କେତେ ଅର୍ଥ କାରବାର ହୋଇଥିଲା ସେ ନେଇ ଜୟନାରାୟଣ କୌଣସି ସୂଚନା ଦେଇନାହାନ୍ତି। ଏ ବିଷୟରେ ମୋ ପାଖରେ ଖବର ନାହିଁ ବୋଲି ସେ କହିଛନ୍ତି।

ଅଭିଯୋଗ ଉପରେ ପ୍ରତିକ୍ରିୟା ଦେଇ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି, ନିର୍ବାଚନ ହାରିବା ପରେ ଲୋକମାନଙ୍କ ମୁଣ୍ଡକୁ ବିଭିନ୍ନ ବିଭ୍ରାନ୍ତିକର କଥା ଜୁଟେ। ଏଭଳି କହି ମତଦାତାଙ୍କୁ ଅସମ୍ମାନ କରାଯାଉଛି ବୋଲି ସେ କହିଛନ୍ତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ନିର୍ବାଚନ ହାରିବା ପରେ ନିଜର ମୁହଁ ଲୁଚାଇବା ପାଇଁ ବିରୋଧୀ ଦଳ ନେତା ସ୍ବାଭାବିକ ଭାବେ ଏମିତି କହିଥାଆନ୍ତି। ଭାଜପା ସହିତ ବିଜେଡି ଡିଲ୍‌ କରିଥିଲା ନା କଂଗ୍ରେସ ସହ ତାହା ଲୋକ ବୁଝିବା ଦରକାର। କଂଗ୍ରେସ ଦଳ କିମ୍ବା ଏହାର ନେତା ମୁଖ୍ୟମନ୍ତ୍ରୀଙ୍କ ସହିତ କେବେ ଆଲୋଚନା କରନ୍ତି ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri