ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି ବନ୍ଦ ଡାକରା ଦିଆଯାଇଥିଲା। ରୋଡ୍‌ ରୋମିଓଙ୍କ ଦ୍ୱାରା ନିର୍ଯାତିତ ହୋଇ ଥାନାକୁ ସହାୟତା ପାଇଁ ଯାଇଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ସହାୟତା ଦେବା ବଦଳରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

ଏହି ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ। ସରକାର ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ  ତଦନ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।  ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି କହିଛି, ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ଆମେ ଆନ୍ଦୋଳନ ପ୍ରତ୍ୟାହୃତ କରିନେଉଛୁ।

ସୂଚନାଯୋଗ୍ୟ, ୧୫ ତାରିଖ ରାତିରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁଭନ୍ସଙ୍କ ସହ ଅଙ୍କିତା ଫେରୁଥିଲେ। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଉଭୟେ ଭରତପୁର ଥାନାକୁ ଯାଇଥିଲେ। ସେତେବେଳେ ଥାନାରେ ନାଇଟ୍‌ ଡ୍ରେସ୍‌ ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଗାଳିଗୁଲଜ କରିଥିବା ଅଙ୍କିତା ତାଙ୍କ ଅଭିଯୋଗ ଦର୍ଶାଇଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁଭନ୍ସଙ୍କୁ ହାଜତରେ ପୂରାଇଦେଲେ। ଅଙ୍କିତା ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ତାଙ୍କୁ ଘୋଷାଡ଼ି ପିଟିଥିଲେ ବୋଲି ଅଙ୍କିତ ପୂର୍ବରୁ ଅଭିଯୋଗ କରିଥିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଳ ତାଙ୍କ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲେ। ଏହାପରେ ସେମାନେ ଅଙ୍କିତାଙ୍କ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଇଥିଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍‌ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ ବୋଲି ଅଙ୍କିତା ଅଭିଯୋଗ କରିବା ପରେ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri