ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି ବନ୍ଦ ଡାକରା ଦିଆଯାଇଥିଲା। ରୋଡ୍‌ ରୋମିଓଙ୍କ ଦ୍ୱାରା ନିର୍ଯାତିତ ହୋଇ ଥାନାକୁ ସହାୟତା ପାଇଁ ଯାଇଥିବା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ସହାୟତା ଦେବା ବଦଳରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

ଏହି ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଚାର ବିଭାଗୀୟ ତଦନ୍ତ ଦାବି କରିଥିଲେ। ସରକାର ହାଇକୋର୍ଟ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ  ତଦନ୍ତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଉଚ୍ଚସ୍ତରୀୟ ବୈଠକ ପରେ  ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି।  ୬୦ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ। ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ବିତ ହେବ। ଏନେଇ ଆଜି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି କହିଛି, ନିରପେକ୍ଷ ତଦନ୍ତ ପାଇଁ ସରକାର ରାଜି ହୋଇଥିବାରୁ ଆମେ ଆନ୍ଦୋଳନ ପ୍ରତ୍ୟାହୃତ କରିନେଉଛୁ।

ସୂଚନାଯୋଗ୍ୟ, ୧୫ ତାରିଖ ରାତିରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁଭନ୍ସଙ୍କ ସହ ଅଙ୍କିତା ଫେରୁଥିଲେ। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଉଭୟେ ଭରତପୁର ଥାନାକୁ ଯାଇଥିଲେ। ସେତେବେଳେ ଥାନାରେ ନାଇଟ୍‌ ଡ୍ରେସ୍‌ ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଗାଳିଗୁଲଜ କରିଥିବା ଅଙ୍କିତା ତାଙ୍କ ଅଭିଯୋଗ ଦର୍ଶାଇଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁଭନ୍ସଙ୍କୁ ହାଜତରେ ପୂରାଇଦେଲେ। ଅଙ୍କିତା ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ତାଙ୍କୁ ଘୋଷାଡ଼ି ପିଟିଥିଲେ ବୋଲି ଅଙ୍କିତ ପୂର୍ବରୁ ଅଭିଯୋଗ କରିଥିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଳ ତାଙ୍କ ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲେ। ଏହାପରେ ସେମାନେ ଅଙ୍କିତାଙ୍କ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍‌ରେ ପୂରାଇଦେଇଥିଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍‌ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ ବୋଲି ଅଙ୍କିତା ଅଭିଯୋଗ କରିବା ପରେ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ଏହି ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri