ଦେବଗଡ଼ରେ ଜିତିଲା ବିଜେଡି

ଦେବଗଡ,୪ା୬(ଶଶାଙ୍କଶେଖର ଝାଙ୍କର): ଦେବଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରୋମାଞ୍ଚରଞ୍ଜନ ବିଶ୍ୱାଳ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ୧୫୭୯୨ଟି ଭୋଟରେ ପରାସ୍ତ କରି ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ବିଶ୍ୱାଳ ୮୯୦୭୪ ଖଣ୍ଡ ଭୋଟ ପାଇଥିବାବେଳେ ଭାଜପା ପ୍ରାର୍ଥୀ ପାଣିଗ୍ରାହୀ ୭୩୨୮୨ ଖଣ୍ଡ ଭୋଟପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ସେମ ହେମ୍ରମ ୨୮୨୭୯ ଖଣ୍ଡ ଭୋଟପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ ପ୍ରାଉଟିଷ୍ଟ ବ୍ଲକ ଅଫ ଇଣ୍ଡିଆର ପ୍ରାର୍ଥୀ ଡୋଳାକର ଭୋଇ ୯୦୫ ଖଣ୍ଡ, ସ୍ବାଧୀନ ପ୍ରାର୍ଥୀ ଜ୍ୟୋତି ଜୁଲିଆନ ଲାକ୍ରା ୪୬୨ ଖଣ୍ଡ, ନିରାକାର ପ୍ରଧାନ ୫୬୩ ଖଣ୍ଡ, ପ୍ରମୋଦ କୁମାର ଝାଙ୍କର ୧୪୫୪ ଖଣ୍ଡ ଓ ଶ୍ରୀମନ୍ତ ସାହୁ ୧୦୮୭ ଖଣ୍ଡ ଭୋଟ ପାଇଛନ୍ତି।

ସେହିପରି ୨୭୬୭ ଖଣ୍ଡ ଭୋଟ ନୋଟାରେ ପଡିଥିବା ଜଣାପଡିଛି। ସ୍ଥାନୀୟ ପଲିଟେକ୍ନିକ କଲେଜରେ ମଙ୍ଗଳବାର ସକାଳୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ତତ୍ତ୍ୱାବଧାନରେ ମତଗଣନା ଆରମ୍ଭ ହୋଇଥିଲା। ନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଶ୍ୱାଳଙ୍କ ବିଜୟପରେ ଦଳୀୟ ପଦାଧିକାରୀ, କର୍ମକର୍ତ୍ତା ଓ ତାଙ୍କର ସମର୍ଥକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri