ବାଲିଗୁଡ଼ା ଏନ୍‌ଏସିରେ ବିଜେଡିର ବାଜିମାତ୍‌ : ଖାତା ଖୋଲିପାରିଲାନି ଭାଜପା

ବାଲିଗୁଡ଼ା,୨୬ା୩(ଡି.ଏନ୍‌.ଏ.): ପୌର ନିର୍ବାଚନରେ ପୁଣି ବିଜେଡିର ବାଜିମାତ୍‌। କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ବିଜେଡି ବିପୁଳ ବିଜୟ ହାସଲ କରିଛି। ବ୍ଲକ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବାଲିଗୁଡ଼ା ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ୫୯୯୧ ଭୋଟ୍‌ରେ ବିଜୟ ଲାଭ କରିଥିବା ବେଳେ ୧୧ଟି ଓ୍ବାର୍ଡ ଦଖଲ କରିଛି। ବ୍ଲକ ସଭାପତି ଟୁନା ଦାସ ଓ ବିଧାୟକ ଚକ୍ରମଣି କହଁର ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ସାଙ୍ଗରେ ଧରି ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସମସ୍ତ ଓ୍ବାର୍ଡ ବୁଲି ଭୋଟରମାନଙ୍କୁ ଧନ୍ୟବାଦ ଜଣାଇବା ସହ ବାଲିଗୁଡ଼ା ସହରରେ ବିଜୟ ଉତ୍ସବ ପାଳିଛି ବିଜେଡି।

ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ସମୁଦାୟ ୧୩ଟି ଓ୍ବାର୍ଡ ମଧ୍ୟରୁ ବିଜେଡି ୧୧  ଓ କଂଗ୍ରେସ ଦୁଇଟି ଓ୍ବାର୍ଡ ୧ ଏବଂ ୧୩ ନଂ. ଦଖଲ କରିଥିବା ବେଳେ ଭାଜପା ଖାତା ଖୋଲି ପାରିନାହିଁ। ଦୁଇ ଦୁଇଟି ଜାତୀୟ ଦଳକୁ ପଛରେ ପକାଇ ବିଜେଡି ୧ ନମ୍ବର ସ୍ଥାନ ଅଧିକାର କରିପାରିଛି। ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ନିର୍ବାଚନର ଫଳାଫଳ ମଧ୍ୟରେ ମୋଟ୍‌ ଭୋଟ୍‌ ୧୦୧୪୫ଟି ହୋଇଥିବା ବେଳେ ସେଥିମଧ୍ୟରୁ ଗୋବିନ୍ଦ ଚନ୍ଦ୍ର ପ୍ରଧାନ(ବିଜେଡି), ୫୯୯୧ଟି ଭୋଟ୍‌, ଅନନ୍ତ ମାଝି (କଂଗ୍ରେସ ), ୨୪୫୭ଟି ଭୋଟ୍‌, କୁସୁମୀ ପ୍ରଧାନ (ଭାଜପା), ୧୫୧୭ଟି ଭୋଟ୍‌ ଏବଂ ନୋଟାରେ ୧୮୦ଟି ଭୋଟ୍‌ ପାଇଥିବା ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri