ଆଲୋଚନାକୁ ଯିବେନି, ହୋହଲ୍ଲାକରି ବନ୍ଦ କରିବେ

ଭୁବନେଶ୍ୱର, ୧୮।୯(ସୁନିତ୍‌ ମିଶ୍ର): ବିଧାନସଭାର ମୌସୁମୀ ଅଧିବେଶନ ଗୁରୁବାରଠାରୁ ଆରମ୍ଭହୋଇ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟଦିବସ ରହିବ। ତେବେ ବିଧାନସଭାରେ ଶାସକ ଦଳକୁ ଘେରିବା ଲାଗି ବିରୋଧୀ ବିଜେଡି ବିଧାୟକ ଦଳ ବୈଠକରେ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ହେଲେ ଏହି ସ୍ବଳ୍ପ ଦିନିଆ ଅଧିବେଶନରେ କୌଣସି ପ୍ରସଙ୍ଗ ଉପରେ କିଛି ଆଲୋଚନା ନ କରି କେବଳ ବିରୋଧ ପ୍ରଦର୍ଶନ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି। ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହକୁ କିପରି ବନ୍ଦ କରିହେବ ତାହା ହିଁ କରିବାକୁ ସବୁ ବିଧାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ବୈଠକରେ ଏହି କଥାକୁ କେତେଜଣ ବରିଷ୍ଠ ବିଧାୟକ ଗ୍ରହଣ କରି ନ ଥିଲେ। ବିରୋଧ କରାଯିବ ହେଲେ ଯେଉଁ ବିଷୟ ଗୃହରେ ଉଠାଯିବ ତା’ଉପରେ ଆଲୋଚନା ନ କରି ଖାଲି ହୋହଲ୍ଲା କଲେ କିଛି ଲାଭ ନାହିଁ ବୋଲି କେତେଜଣ ବରିଷ୍ଠ ବିଧାୟକ ମତ ରଖିଥିଲେ। କିନ୍ତୁ ଏହାକୁ ବୈଠକରେ ଗ୍ରହଣ କରାଯାଇ ନ ଥିଲା, କେବଳ ବିରୋଧ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଥିଲା ବୋଲି ସୂଚନା ମିଳିଛି। ଅନ୍ୟପଟେ ବିଧାନସଭା ଫ୍ଲୋର ମ୍ୟାନେଜମେଣ୍ଟ କମିଟି ଗଠନ କରାଯାଇଛି। ଏଥିରେ ଦଳର ୧୦ ଜଣ ବିଧାୟକଙ୍କୁ ସ୍ଥାନ ମିଳିଥିବା ବେଳେ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ରଖାଯାଇ ନାହିଁ। ସେଥିରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ନିରଞ୍ଜନ ପୂଜାରୀ, ପ୍ରତାପ ଦେବ, ଅରୁଣ କୁମାର ସାହୁ, ମନୋହର ରନ୍ଧାରୀ, ବ୍ରଜକିଶୋର ପ୍ରଧାନ, ସାରଦା ନାୟକ, ଗୌତମବୁଦ୍ଧ ଦାସ ଏବଂ ସାରଦା ଜେନା ରହିଛନ୍ତି। କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିକିତ୍ସା ସମୟରେ ରଣେନ୍ଦ୍ର ଦଳର ସଭାପତିଙ୍କ ଚିକିତ୍ସା ନେଇ ଉଠାଇଥିବା ପ୍ରଶ୍ନ ପାଇଁ ତାଙ୍କୁ ଏବେ ଅଣଦେଖା କରାଯିବା ପର୍ବ ଆରମ୍ଭ ହୋଇଛି ବୋଲି ଜଣେ ବିଧାୟକ ନିଜ ନାମ ଗୋପନ ରଖି କହିଛନ୍ତି। ସେହିପରି ଏହି ଅଧିବେଶନ ସମୟରେ ନବୀନ ନୂଆଦିଲ୍ଲୀ ଗସ୍ତରେ ରହିବେ। ବିଧାୟକ ଦଳ ବୈଠକ ସମୟରେ ନବୀନ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉପସ୍ଥିତ ଥିଲେ। ଦଳରେ ଚାଲିଥିବା ଚର୍ଚ୍ଚା ଅନୁଯାୟୀ, କଂଗ୍ରେସ ଗୃହରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଯୋଜନା କରିଛି। ତେଣୁ ଅନାସ୍ଥା ପ୍ରସଙ୍ଗରେ ବିଜେଡି ନିଜକୁ ଦୂରେଇରଖିବା ଲାଗି ନବୀନ ଦିଲ୍ଲୀରୁ ଫେରିବା କଥା ଭାବୁନାହାନ୍ତି।

ଅନ୍ୟପଟେ ଦଳ ପକ୍ଷରୁ ବିଧାୟକ ଦଳ ବୈଠକ ନେଇ ଜାରି ପ୍ରେସ୍‌ ବିଜ୍ଞପ୍ତି ଅନୁଯାୟୀ, ବୈଠକରେ ଉଦ୍‌ବୋଧନ ଦେଇ ନବୀନ କହଛନ୍ତି, ବିଧାନସଭାର ମୌସୁମୀ ଅଧିବେଶନ ସଂକ୍ଷିପ୍ତ ହେଲେ ମଧ୍ୟ ରାଜନୈତିକ ଦୃଷ୍ଟିରୁ ତାତ୍ପର୍ଯ୍ୟପୂର୍ଣ୍ଣ। ନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କୁ ଅପ୍ରାସଙ୍ଗିକ କରିବା ପାଇଁ ରାଜ୍ୟ ସରକାର ଅଫିସରମାନଙ୍କ ଆର୍ଥତ୍କ କ୍ଷମତା ବୃଦ୍ଧି ପାଇଁ ଯେଉଁ ନିଷ୍ପତ୍ତି ନେଇଛନ୍ତି ତାକୁ ଦୃଢ ବିରୋଧ କରାଯିବ। ଏହା ବ୍ୟତୀତ ଓଡ଼ିଆ ଅସ୍ମିତାର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାରେ ହୋଇଥିବା ବିଶୃଙ୍ଖଳା ଓ ଦଳାଚକଟା ଘଟଣାରେ ମଧ୍ୟ ସରକାରଙ୍କୁ ଜବାବ ଦାବି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?