ବିଜେଡି ଯୁବନେତାଙ୍କୁ ସଂଘବଦ୍ଧ ଆକ୍ରମଣ

ଗଞ୍ଜାମ,୨୨।୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ବିଜେଡି ଯୁବନେତା ତଥା ସାନ ବଜାର ବଣିକ ସଙ୍ଘ ସଭାପତି ସୁଧୀର କୁମାର ପାଢ଼ୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିବା ନେଇ ଗଞ୍ଜାମ ଥାନାରେ ଏକ ଅଭିଯୋଗ ହୋଇଛି l

ମିଳିଥିବା ସୂଚନା ମୁତାବକ, ସାନ ବଜାରର ଏକ ପାନ ଦୋକାନରେ କିଛି ଯୁବକ ପାନ ଦୋକାନୀଙ୍କ ସହ ବଚସା କରୁଥିବା ସୁଧୀର ଖବର ପାଇଥିଲେ। ଫରେ ସେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ପରେ ସେ ଲୋକଙ୍କୁ ବୁଝାଶୁଝା କରିଥିଲେ। ସେତିକିବେଳେ ଦୁଇଜଣ ଯୁବକ ଅତର୍କିତ ଭାବେ ସୁଧୀରଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରାଯାଇଥିଲା। ସେଠାରୁ ତାଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ଖବର ପ୍ରଚାରିତ ହେବା ପରେ ଶତାଧିକ ସମର୍ଥକ ଚିକିତ୍ସାଳୟରେ ପହଞ୍ଚି ଥିଲେ। ଏନେଇ ଉତ୍ତେଜନା ପରିସ୍ଥିତି ପରିସ୍ଥିତି ଦେଖାଦେଇଥିଲା। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ ଦାବି କରି ସମର୍ଥକମାନେ ହୋହାଲ୍ଲା କରିଥିଲେ l ଗଞ୍ଜାମ ଥାନା ଆଇଆଇସି ସୁମିତ୍ରା ପାତ୍ର ଘଟଣାସ୍ଥଳରେ ପହଞ୍ଚି ସ୍ଥିତିକୁ ଆୟତ୍ତ କରିଥିଲେ l ସ୍ଥାନୀୟ ଅଞ୍ଚଳର ଦୁଇଜଣ ଯୁବକ ତାଙ୍କୁ ଆକ୍ରମଣ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗକୁ ଭିତ୍ତି କରି ଗଞ୍ଜାମ ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ସୁଧୀରଙ୍କ ଡାହଣ ଆଖିରେ ଗଭୀର ଆଘାତ ଲାଗିଛି। ରାଜନୈତିକ ଉଦ୍ଦେଶ୍ୟରେ ତାଙ୍କୁ ଆକ୍ରମଣ କରାଯାଇଥିବା ସହରରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri