ଭାଜପା ଗଡ଼ରେ ଶଙ୍ଖନାଦ

ବାରିପଦା ଅଫିସ,୨୭।୨: ମୟୂରଭଞ୍ଜ ଜିଲାର ୫୬ ଜିଲା ପରିଷଦ ଆସନ ମଧ୍ୟରୁ ଶନିବାର ପ୍ରଥମ ଦିନରେ ୨୬ଟି ଜୋନ୍‌ର ଭୋଟ ଗଣତି ହୋଇଛି। ଏଥିମଧ୍ୟରୁ ୨୫ଟିରେ ବିଜେଡି ଓ ଗୋଟିଏରେ ଜେଏମ୍‌ଏମ୍‌ ପ୍ରାର୍ଥୀ ଆଗୁଆ ରହିଛନ୍ତି। ୨୦୧୭ ନିର୍ବାଚନରେ ମୋଟ ୪୯ ଆସନ ଦଖଲ କରି ପରିଷଦ ଗଠନ କରିଥିବା ଭାଜପାର କୌଣସି ପ୍ରାର୍ଥୀ ପ୍ରଥମ ଦିନ ଗଣତିରେ ଆଗୁଆ ହୋଇ ପାରି ନାହାନ୍ତି। ଫଳରେ ଏଥର ଜିଲାରେ ଭାଜପାର ଗଡ଼ ଭୁଶୁଡ଼ିବା ଆଶଙ୍କା ପ୍ରକାଶ ପାଇଛି। ସୂଚନାଯୋଗ୍ୟ, ଗତ ନିର୍ବାଚନରେ ଭାଜପା ୪୯ ଆସନ ଜିତିଥିବା ବେଳେ ବିଜେଡିକୁ ୫ ଓ ଗୋଟିଏ ଲେଖାଏ ଆସନରେ ସ୍ବାଧୀନ ଓ ଜେଏମ୍‌ଏମ୍‌ ପ୍ରାର୍ଥୀ ନିର୍ବାଚିତ ହୋଇଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ଜିଲାର ମୋଟ ୯ ବିଧାନସଭା ଆସନରୁ ବିଜେଡି ୩ଟିରେ ଜିତିଥିବା ବେଳେ ଭାଜପା ୬ ବିଧାୟକ ସମେତ ଏମ୍‌ପି ପଦ ମଧ୍ୟ ହାତେଇଥିଲା। ଏମ୍‌ପି ବିଶ୍ୱେଶ୍ୱର ଟୁଡୁ କେନ୍ଦ୍ର ଆଦିବାସୀ ବ୍ୟାପାର ଓ ଜଳଶକ୍ତି ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଏହା ସତ୍ତ୍ୱେ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତିରେ ଭାଜପା ଖାତା ଖୋଲି ନ ପାରିବା ଦଳୀୟ ସାଙ୍ଗଠନିକ ଦୁର୍ବଳତାକୁ ପଦାରେ ପକାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri