ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା: ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ ସବୁ ବନ୍ଦ, କଂଗ୍ରେସର ସମର୍ଥନ

ବାରିପଦା,୧୮।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ ଶନିବାର ବିଜେଡି ପକ୍ଷରୁ ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ଫଳରେ ସମଗ୍ର ଜିଲାରେ ପ୍ରଭାବ ପଡିଛି । କଂଗ୍ରେସ ଦଳ ସମର୍ଥନ ଜଣାଇଥିବାବେଳେ ଉଭୟ ଦଳର କର୍ମୀଙ୍କ ପିକେଟିଂ ଯୋଗୁ ବିଭିନ୍ନ ସ୍ଥାନରେ ଯାନବାହନ, ବସ୍‌, ଟ୍ରକ ଓ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।
ଶୁକ୍ରବାର ସନ୍ଧ୍ୟାରେ ଏନେଇ ବିଜେଡି ପକ୍ଷରୁ ବାଇକ ରାଲି ଯୋଗେ ବାରିପଦା ସହରର ବ୍ୟବସାୟୀ ଓ ଜନସାଧାରଣଙ୍କୁ ସମର୍ଥନ ପାଇଁ ନିବେଦନ କରାଯାଇଥିଲା । ବିଜେଡି ଜିଲା ସଭାପତି ତଥା ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ଡା. ଦେବାଶିଷ ମାରାଣ୍ଡିଙ୍କ ସମେତ ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଃ, ପୂର୍ବତନ ବାଚସ୍ପତି ସାନନ୍ଦ ମାରାଣ୍ଡି, ପୂର୍ବତନ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ପୂର୍ବତନ ବିଧାୟକ ରାଜକିଶୋର ଦାସ, ଶ୍ରୀନାଥ ସୋରେନ, ଗଣେଶ୍ବର ପାତ୍ର, ରାଇସେନ ମୁର୍ମୁ, ଚକ୍ର ଧର ହେମ୍ବ୍ରମ, ପ୍ରୀତିନନ୍ଦା କାନୁନଗୋ, ଅନୁସୂୟା ପାତ୍ର, ସୁବ୍ରମଣ୍ୟମ ମହାନ୍ତି ଦେବାଶିଷ ମହାନ୍ତି, ଜୀତେନ୍ଦ୍ର ମହାନ୍ତି, ଉପନଗରପାଳ ସୀମା ଦାସ, ଦୀପ୍ତିଲତା ମିଶ୍ର, ଅରୁଣ ବରାଡ, ସୁନୀଲ ନାୟକ, ଆଶୀର୍ବାଦ ବେହେରା, ରାଜୀବ ଜେନା, ଚିତ୍ରେଶ୍ବର ବେହେରା, ଦିପକ ମଢୁଆଳ ପ୍ରମୁଖ ନେତୃତ୍ୟରେ ବିଭିନ୍ନ ସ୍ଥାନରେ ହରତାଳ ଜାରି ରହିଛି । ତେବେ ଅତ୍ୟାବଶକ ସେବାକୁ ହରତାଳରୁ ବାଦ୍‌ ଦିଆଯାଇଛି । ଶିକ୍ଷାନୁଷ୍ଠାନ, ବ୍ୟବସାୟ ପ୍ରତିଷ୍ଠାନ, ସରକାରୀ ଅନୁଷ୍ଠାନ ଓ କାର୍ଯ୍ୟାଳୟ, କଚେରୀ, ପେଟ୍ରୋଲ ପମ୍ପ ଆଦି ବନ୍ଦ ରହିଛି । ସମଗ୍ର ଜିଲାରେ କଂଗ୍ରେସ ଦଳ ଜିଲା ସଭାପତି ପୂର୍ଣ୍ଣଚନ୍ଦ୍ର ବିଶ୍ବାଳ ଓ ଭୂବନ ସାହୁଙ୍କ ନେତୃତ୍ୟରେ କର୍ମୀ ହରତାଳରେ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ଅନୁସୂଚିତ ଜାତି, ଜନଜାତି, ସଂଖ୍ୟା ଲଘୁ ଉନ୍ନୟନ ବିଭାଗରେ ପରିଚାଳିତ ମୟୂରଭଞ୍ଜ ଜିଲାର ସମସ୍ତ ଆବାସିକ ଶିକ୍ଷାନୁଷ୍ଠାନରେ ଘଟଣାର ପୁନରାବୃତ୍ତି ନ ହେବା, ଘଟଣାର ନ୍ୟାୟିକ ତଦନ୍ତ ସହିତ ଜଡ଼ିତ ଅଧିକାରୀଙ୍କ ବିରୋଧ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ, ମୃତ ଛାତ୍ରୀର ପରିବାରକୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ସହାୟତା ସହିତ ବାପା କିମ୍ବା ମା’ଙ୍କୁ ସରକାରୀ ଚାକିରି ଯୋଗାଇଦେବା ନେଇ ଦୁଇ ଦଳର ଦାବି ଓ ଆଭିମୁଖ୍ୟ ସମାନ ଥିବାରୁ ଡବଲ ଇଞ୍ଜିନ ସରକାରଙ୍କ ବିରୋଧରେ ଏହି ଆନ୍ଦୋଳନ ମିଳିତ ଭାବେ ପ୍ରଦର୍ଶନ କରାଯାଉଛି ବୋଲି ଉଭୟ ଦଳର ନେତୃବୃନ୍ଦ କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri