ବିଜେଡିର ୨୪ ତମ ପ୍ରତିଷ୍ଠା ଦିବସ

ହିଞ୍ଜିଳିକାଟୁ,୨୬ା୧୨: ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌରାଞ୍ଚଳ ବିଜେଡି ପକ୍ଷରୁ ମିଳିତ ଭାବରେ ଶନିବାର ହିଞ୍ଜିଳିକାଟୁଠାରେ ଦଳର ୨୪ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ପୂର୍ବାହ୍ନରେ ଦଳର ନେତା ଓ କର୍ମୀ ପୂର୍ତ୍ତ ବିଭାଗ ଡାକବଙ୍ଗଳାରୁ ରାଲିରେ ବାହାରି ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ଓ ବିଜୁ ଶିଶୁ ଉଦ୍ୟାନରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଶିଶୁ ଉଦ୍ୟାନ ନିକଟରେ ଏକ ସଭାର ଆୟୋଜନ କରାଯାଇଥିଲା। ନଗର ସଭାପତି ଭୀମସେନ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବ୍ଲକ ସଭାପତି ସୁରେନ୍ଦ୍ର ପ୍ରଧାନ, ପୂର୍ବତନ ବିଧାୟକ ହରିହର ସାହୁ, ଡି ବିଶ୍ୱନାଥ, ସୁବାସ ପଲେଇ, ପବିତ୍ର ମୋହନ ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ। ରାଜ୍ୟର ଉନ୍ନତି ଓ ଜାତୀୟ ସ୍ତରରେ ହକ ଅଧିକାର ଲଢ଼େଇ କେବଳ ବିଜେଡି ରାଜନୈତିକ ଦଳ କରୁଛି ବୋଲି ନେତାମାନେ ମତ ରଖିଥିଲେ। ଏଥିରେ ଯୁବ ବିଜେଡି ସଭାପତି ସଞ୍ଜୟ ପଣ୍ଡା, ମନୋଜ ସାବତ, ଅଜୟ ମହାରଣା, ପ୍ୟାରୀ ପାଢ଼ୀ, ନୀଳମଣି ପଟ୍ଟନାୟକଙ୍କ ସମେତ ଦଳର ବହୁ ସରପଞ୍ଚ, ସମିତିସଭ୍ୟ, ଯୁବ ଛାତ୍ରନେତା ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ହେଲା ବରକୁ ବନ୍ଧକ ରଖିଲେ କନ୍ୟାଘର ଗ୍ରାମବାସୀ

ବୌଦ୍ଧ,୨୮ା୨: ବରଯାତ୍ରୀଙ୍କ ମଧ୍ୟରୁ କେତେଜଣ ଯୁବକଙ୍କ ଦୁର୍ବ୍ୟବହାର ପାଇଁ ଶେଷରେ ବନ୍ଧକ ରହିଲେ ବର। ଏଭଳି ଅଭିଯୋଗ ପାଇ ବୌଦ୍ଧ ଆଦର୍ଶ ଥାନା ପୋଲିସ ଘଟଣାସ୍ଥଳରେ...

ମାର୍ଶାଘାଇ, ରାଜକନିକାରେ ଜେଏମ୍‌ଏଫ୍‌ସି କୋର୍ଟ ଦାବି

କେନ୍ଦ୍ରାପଡ଼ା ଅଫିସ,୧୬ା୫: କେନ୍ଦ୍ରାପଡ଼ା ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଏହି ଲୋକ ଅଦାଲତରେ ଅନ୍ତର୍ଭୁକ୍ତ ୭୮୩ଟି ଦେୱାନୀ,...

ଲାଞ୍ଚ: ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ଗିରଫ

କଟକ ଅଫିସ, ୪ା୧: ଦେଢହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି ନବରଙ୍ଗପୁରଠାରେ ଥିବା ଲାର୍ଜ ଏରିଆ ମଲ୍‌ଟି ପର୍ପୋଜ୍‌ କୋଅପରେଟିଭ ସୋସାଇଟି...

କଂସାମାରି ଗ୍ରାମରୁ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର

ପାଟପୁର,୧ା୬(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର ନନ୍ଦ ଗୌଡ଼ଙ୍କ କୂଅରୁ ସୋମବାର ଏକ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଗ୍ରାମର ଯୁବକ ଗୋଷ୍ଠୀ ବଜ୍ରକାପ୍ତାକୁ ଦେଖି...

ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ କଳାହାଣ୍ଡି ଜିଲା ଗସ୍ତ: ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ସମୀକ୍ଷା ବୈଠକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର କଳାହାଣ୍ଡି ଜିଲା ଗସ୍ତ କରିଛନ୍ତି। ମାଓବାଦୀଙ୍କ ଗତିବିଧି ସମ୍ପର୍କରେ ରିଜର୍ଭ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମୀକ୍ଷା...

ଡରାଉଛି କରୋନା: ୧୫.୯୮ ଲକ୍ଷ ଲୋକଙ୍କଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ

ଛତ୍ରପୁର,୨୮।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଜିଲାର ସମସ୍ତ ଘରକୁ ଘର ଯାଇ ସମସ୍ତ ପରିବାର...

ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ

ଅନୁଗୋଳ ଅଫିସ, ୨ା୬ – କୋଭିଡ୍‌-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...

‘ରେଡ୍‌ ଜୋନ୍‌’ ବିଦ୍ୟାର୍ଥୀଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ମନା

କଟକ ଅଫିସ,୧୭।୫: ରେଡ୍‌ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ...

Advertisement
Archives

Model This Week