ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି ପକ୍ଷରୁ ସ୍ଥାନୀୟ ନୂଆ ବସଷ୍ଟାଣ୍ଡ ନିକଟ ବିଜେଡି କାର୍ଯ୍ୟାଳୟଠାରେ ଦଳୀୟ କାର୍ଯ୍ୟକର୍ତ୍ତା ଓ ବହୁ ସଂଖ୍ୟକ କର୍ମୀ ଏକତ୍ରିତ ହୋଇ ଏକ ବାଇକ ଶୋଭାଯାତ୍ରାରେ ସହର ପରିକ୍ରମା କରି ପୁଞ୍ଜିକଂୟା ଚାରିଛକଠାରେ ପହଞ୍ଚିଥିଲେ। ସେଠାରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ବଜାର ଗାନ୍ଧୀ ଛକଠାରେ ପହଞ୍ଚି ସେଠାରେ ଥିବା ବିଭିନ୍ନ ମହାପୁରୁଷଙ୍କ ପ୍ରତିମୂର୍ତ୍ତୀରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ପରେ ଦଳୀୟ କାର୍ଯ୍ୟାଳୟ ପରିସରରେ ବିଜେଡି ନଗର ସଭାପତି ତାରା ପ୍ରସାଦ ପଟ୍ଟନାୟକ ଏବଂ ବିଧାୟକ ପ୍ରାର୍ଥୀ ବିପ୍ଳବ ପାତ୍ରଙ୍କ ବ୍ୟକ୍ତିଗତ ସଚିବ ସି ଏଚ.ସିମାଦ୍ରୀଙ୍କ ମିଳିତ ସଂଯୋଜନାରେ ଆୟୋଜିତ ଆଲୋଚନା ସଭାରେ ପୂର୍ବତନ ଏନ୍‌ଏସି ନଗରପାଳ ହୃଦରଞ୍ଜନ ମେକାପ, ଭି. ରବିନାରାୟଣ ରାଜୁ, ଶମ୍ଭୁ ପଣ୍ଡା, କାଉନସିଲର ନୀଳମାଧବ ଗୌଡ଼, ସୁଶାନ୍ତ କୁମାର ପାତ୍ର, ଜ୍ୟୋସ୍ନା ଜେନା,ପି.ମାଧବ ରାଓ,ରଞ୍ଜନ କୁମାର ବେହେରା, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ଼, ସମିତି ସଭ୍ୟ କୃଷ୍ଣ ସେଠୀ, ପୂର୍ବତନ କାଉନସିଲର ନିରୂପମା ପଟ୍ଟନାୟକ, ମାଗି ସେଠୀ, ବିକାଶ ମଣ୍ଡଳ, ନୀଳକଣ୍ଠ ପଟ୍ଟନାୟକ, ବିପ୍ଳବ ମିଶ୍ର, କୁଞ୍ଜ ବିହାରୀ ରଥ,ଅରକ୍ଷିତ ପ୍ରଧାନ,ରମେଶ ଚନ୍ଦ୍ର ଜେନା, ପ୍ରହଲ୍ଲାଦ ଭୂୟାଁ , ଅନୀତା ବେହେରା, ଉମା ମହେଶ୍ବରୀ ସେଠୀ, ଶୁଭଲକ୍ଷ୍ମୀ ପଟ୍ଟନାୟକ, ସୁନୀଲ ମହାଙ୍କୁଡ ,ସମୀର ସ୍ବାଇଁ, ଗଣେଶ ରେଡ୍ଡୀ , ଜିତେନ୍ଦ୍ର ମାର୍ଥା, ଲକ୍ଷ୍ମୀ ନାରାୟଣ ପାଢ଼ୀ, ନିଗମ ପ୍ରସାଦ ପଣ୍ଡା, ଜିତେନ୍ଦ୍ର ଗୈାଡ, ଜଗନ୍ନାଥ ପ୍ରଧାନ, ପିଙ୍କୁ ଘଡେଇ, ତାରକେଶ୍ୱର ଦୋରା, କିଶୋର ଦୋରା ,ରାଜେନ୍ଦ୍ର ଗୌଡ଼,ଟୁନା ସେଠୀ, ଜଗନ୍ନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି।…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri