Posted inରାଜ୍ୟ

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ପୂର୍ବାହ୍ନରେ ଦଳ ୧ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୯ଟି ଲୋକସଭା ଏବଂ ୭୨ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା।

ଦ୍ୱିତୀୟ ପର୍ଯ୍ୟାୟ ଘୋଷଣାରେରେ ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଏବଂ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ଦଳ ପ୍ରାର୍ଥୀ କରିଛି। ଏହି ୬ ଆସନରେ ତିନିରେ ନୂଆ ମୁହଁଙ୍କୁ ପ୍ରାର୍ଥୀ କରାଯାଇଛି।

ଗତ ଲୋକସଭା ନିର୍ବାଚନରେ ଭୁବନେଶ୍ୱରରୁ ପ୍ରତିଦ୍ବନ୍ଦିତା କରିଥିବା ଅରୂପ ପଟ୍ଟନାୟକଙ୍କୁ ପୁରୀରୁ ଟିକେଟ୍ ମିଳିଛି। ନିକଟରେ ବିଜେଡିରେ ଯୋଗ ଦେଇଥିବା ସଂତୃପ୍ତ ମିଶ୍ରଙ୍କୁ କଟକରୁ ଟିକେଟ୍ ମିଳିଥିବା ବେଳେ ଢେଙ୍କାନାଳ ପାଇଁ ଅବିନାଶ ସାମଲଙ୍କ ଉପରେ ଦଳ ଭରସା କରିଛି। ଅନ୍ୟପଟେ ରାଜଶ୍ରୀ ମଲ୍ଲିକ, ଅଚ୍ୟୁତ ସାମନ୍ତ ଏବଂ ଶର୍ମିଷ୍ଠା ସେଠୀଙ୍କ ଉପରେ ଦଳ ପୁଣିଥରେ ଆସ୍ଥା ପ୍ରକଟ କରିଛି।

ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି ପାଇଁ ଲମ୍ବୋଦର ନିଆଲ, ସମ୍ବଲପୁର ପାଇଁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କି, ମୟୂରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଶୁଂମାନ ମହାନ୍ତି, ନବରଙ୍ଗପୁର ପାଇଁ ପ୍ରଦୀପ ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକ୍‌କା ଏବଂ ଆସିକାରୁ ରଞ୍ଜିତା ସାହୁଙ୍କୁ ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri