Posted inରାଜ୍ୟ

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ପୂର୍ବାହ୍ନରେ ଦଳ ୧ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୯ଟି ଲୋକସଭା ଏବଂ ୭୨ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା।

ଦ୍ୱିତୀୟ ପର୍ଯ୍ୟାୟ ଘୋଷଣାରେରେ ପୁରୀରୁ ଅରୂପ ପଟ୍ଟନାୟକ, ଢେଙ୍କାନାଳରୁ ଅବିନାଶ ସାମଲ, ଜଗତସିଂହପୁରରୁ ରାଜଶ୍ରୀ ମଲ୍ଲିକ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ, କଟକରୁ ସଂତୃପ୍ତ ମିଶ୍ର ଏବଂ ଯାଜପୁରରୁ ଶର୍ମିଷ୍ଠା ସେଠୀଙ୍କୁ ଦଳ ପ୍ରାର୍ଥୀ କରିଛି। ଏହି ୬ ଆସନରେ ତିନିରେ ନୂଆ ମୁହଁଙ୍କୁ ପ୍ରାର୍ଥୀ କରାଯାଇଛି।

ଗତ ଲୋକସଭା ନିର୍ବାଚନରେ ଭୁବନେଶ୍ୱରରୁ ପ୍ରତିଦ୍ବନ୍ଦିତା କରିଥିବା ଅରୂପ ପଟ୍ଟନାୟକଙ୍କୁ ପୁରୀରୁ ଟିକେଟ୍ ମିଳିଛି। ନିକଟରେ ବିଜେଡିରେ ଯୋଗ ଦେଇଥିବା ସଂତୃପ୍ତ ମିଶ୍ରଙ୍କୁ କଟକରୁ ଟିକେଟ୍ ମିଳିଥିବା ବେଳେ ଢେଙ୍କାନାଳ ପାଇଁ ଅବିନାଶ ସାମଲଙ୍କ ଉପରେ ଦଳ ଭରସା କରିଛି। ଅନ୍ୟପଟେ ରାଜଶ୍ରୀ ମଲ୍ଲିକ, ଅଚ୍ୟୁତ ସାମନ୍ତ ଏବଂ ଶର୍ମିଷ୍ଠା ସେଠୀଙ୍କ ଉପରେ ଦଳ ପୁଣିଥରେ ଆସ୍ଥା ପ୍ରକଟ କରିଛି।

ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି ପାଇଁ ଲମ୍ବୋଦର ନିଆଲ, ସମ୍ବଲପୁର ପାଇଁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କି, ମୟୂରଭଞ୍ଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଶୁଂମାନ ମହାନ୍ତି, ନବରଙ୍ଗପୁର ପାଇଁ ପ୍ରଦୀପ ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକ୍‌କା ଏବଂ ଆସିକାରୁ ରଞ୍ଜିତା ସାହୁଙ୍କୁ ପ୍ରାର୍ଥୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?